Masthead

୬ଲୋକସଭା, ୪୨ ବିଧାନସଭା ଆସନରେ ଚାଲିଛି ଭୋଟିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତୃତୀୟ ମତଦାନ । ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି । ଭୋଟ୍ ଦେବା ଲାଗି ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି । ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି । ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ ।

ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ୬ ସଂସଦୀୟ କ୍ଷେତ୍ରରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୪୮ ଲକ୍ଷ ୨୯ ହଜାର ୬୬୦ ପୁରୁଷ, ୪୬ ଲକ୍ଷ ୧୭ ହଜାର ୬୦୨ ମହିଳା ଏବଂ ୧ ହଜାର ୨୯୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି । ଏହି ପର୍ୟ୍ୟାୟରେ ୨ ଲକ୍ଷ ୩୭ ହଜାର ୧୩୧ ଜଣ ପ୍ରଥମ ଭୋଟର ଥିବା ବେଳେ ୧୮ ଲକ୍ଷ ୪୫ ହଜାର ୫୦୩ ଜଣ ଯୁବ ମତଦାତା ଅଛନ୍ତି । ଏହି ପର୍ୟ୍ୟାୟରେ ମୋଟ ୧୦ ହଜାର ୫୫୧ ବୁଥ୍ କରାଯାଇଛି । ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ରହିଛି । ୧୫ ଶହ ବୁଥ୍ ସଂପୂର୍ଣ୍ଣ ଭାବେ ମହିଳା କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଥିବା ବେଳେ ୩୦ଟି ବୁଥ୍ ସଂପୂର୍ଣ୍ଣ ଭାବେ ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଛି । ଏହି ପର୍ୟ୍ୟାୟରେ ୨ ହଜାର ମଡେଲ୍ ବୁଥ୍ କରାଯାଇଛି । ନିର୍ବାଚନ ପରିଚାଳନା ଲାଗି ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 କନ୍ଧମାଳରେ ବନ୍ଧୁକ କାରଖାନା ଠାବ 🔴 ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ପୁଣି ଯୁଦ୍ଧର ଆଶଙ୍କା! 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 କନ୍ଧମାଳରେ ବନ୍ଧୁକ କାରଖାନା ଠାବ 🔴 ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ପୁଣି ଯୁଦ୍ଧର ଆଶଙ୍କା!