Masthead

ଏଥର ବଡ ବିଜୟ ହାସଲ କରିବ ବିଜେଡି: ନବୀନ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ କରିଛନ୍ତି। ଭୁବନେଶ୍ବର ଏରୋଡ୍ରମ ୟୁପି ସ୍କୁଲରେ ପହଞ୍ଚି ଭୋଟ୍ ଦେଇଛନ୍ତି ନବୀନ । ନିଜର ମତଦାନ ସାବ୍ୟସ୍ତ କରିବା ପରେ ସେଲ୍ଫି ପଏଣ୍ଟରେ ଫଟୋ ଉଠାଇଥିଲେ ।

ମତଦାନ ପରେ ପ୍ରତିକ୍ରିୟା ରଖିଛନ୍ତି । ଚଳିତ ନିର୍ବାଚନରେ ଇତିହାସ ରଚିବ ବିଜେଡି । ଜଗନ୍ନାଥଙ୍କ ଆର୍ଶୀବାଦରୁ ଉଭୟ ଲୋକସଭା ଓ ବିଧାନସଭାରେ ବିଜେଡିର ବଡ ବିଜୟ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାବାସୀ ଓ ମହାପ୍ରଭୁଙ୍କ ଆଶୀର୍ବାଦରେ ସ୍ଥିର ସରକାର କରିବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କୁ ମତ ସାବ୍ୟସ୍ତ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ