Masthead

ଭୋଟ ଦେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୋଟ ଦେଲେ ଅରବିନ୍ଦ କେଜ୍ରିୱାଲ । ମଦ ନୀତି ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନରେ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କ ପତ୍ନୀ ସୁନୀତା ଓ ପରିବାର ସହ ଭୋଟ୍ ଦେଇଛନ୍ତି। ଏହା ସହ ନିଜେ ଭୋଟ ଦେବା ସହ ଭୋଟରଭ୍କୁ ଭୋଟ ଦେବା ପାଇଁ ଅପିଲ କରିଛନ୍ତି କେଜ୍ରିୱାଲ । ଭୋଟ୍ ଦେବା ପରେ କେଜ୍ରିୱାଲ କହିଛନ୍ତି, ‘ଏକଛତ୍ରବାଦୀ ଶାସନ, ମୁଦ୍ରାସ୍ଫୀତି ଏବଂ ବେକାରୀ ବିରୋଧରେ ଲୋକମାନେ ବହୁ ସଂଖ୍ୟାରେ ଭୋଟ୍ ଦେଉଛନ୍ତି।’

ସେହିପରି ଆପ୍ ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲ ମଧ୍ୟ ନିଜର ମତ ସାବ୍ୟସ୍ତ କରିଛନ୍ତି। ଭୋଟ୍ ଦେବା ପରେ ମାଲିୱାଲି କହିଛନ୍ତି, ‘ରାଜନୀତିରେ ମହିଳାଙ୍କ ଅଂଶଗ୍ରହଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।’ ଆଜି ଦିଲ୍ଲୀ ସମେତ ଦେଶର ୬ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ମଦତାନ ହେଉଛି। ଦିନ ୧୧ଟା ସୁଦ୍ଧା ଦେଶରେ ୨୫.୭୬ ପ୍ରତିଶେତ ଭୋଟିଂ ହୋଇ ଥିବାବେଳେ ପଶ୍ଚିମବଙ୍ଗରେ ସର୍ବାଧିକ ୩୬.୮୮ ପ୍ରତିଶତ ମତଦାନ ହୋଇଛି। ଦିଲ୍ଲୀ କଥା ଯଦି କହିବା ଏଠାରେ ଦିନ ୧୧ଟା ସୁଦ୍ଧା ୨୧.୬୯ ପ୍ରତିଶତ ମତଦାନ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା