ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ହାରାହାରି ୭୧% ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ସରିଲା ୨୪ ମହାସଂଗ୍ରାମର ତୃତୀୟ ଦଫା ଲଢ଼େଇ । ଓଡ଼ିଶାର ୬ ଲୋକ ସଭା ଆସନ ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଏବଂ ଏହା ଅଧୀନ ୪୨ ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହୋଇଛି।ତୃତୀୟ ପର୍ଯ୍ୟାୟରେ ହାରାହାରି ୭୧% ମତଦାନ କରିଛନ୍ତି ଭୋଟର । ସିଇଓଙ୍କ ସୂଚନା ଅନୁସାରେ ଭୁବନେଶ୍ବରରେ ୬୦.୦୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବାବେଳେ କଟକ ୬୫.୪୩%, ଢେଙ୍କାନାଳ ୭୩.୬୯%, କେନ୍ଦୁଝର ୭୧.୯୩%, ପୁରୀ ୭୨.୩୭% ଏବଂ ସମ୍ବଲପୁରରେ ୭୩.୩୧% ମତଦାନ ହୋଇଛି ।

ଏହି ପର୍ଯ୍ୟାୟରେ ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ଥିଲା । ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଣବ ପ୍ରକାଶ ଦାସ, ଭର୍ତ୍ତୃହରି ମହତାବ, ସଂତୃପ୍ତ ମିଶ୍ର, ସମ୍ବିତ୍‌ ପାତ୍ର, ଅରୂପ ପଟ୍ଟନାୟକ, ଅପରାଜିତା ଷଡ଼ଙ୍ଗୀ, ମନ୍ମଥ ରାଉତରାୟ, ବିଧାନସଭାର ବହୁ ହେଭିଓ୍ବେଟ୍‌ଙ୍କ ସମେତ ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ୨୦୧୯ ତୁଳନାରେ ଚଳିତ ନିର୍ବାଚନରେ ମତଦାନ ହାର ଅଧିକ ରହିଛି। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ମତଦାନ ହାର ଆହୁରି ଅଧିକ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’