Masthead

ସ୍ଥଳଭାଗ ମୁହାଁ ବାତ୍ୟା ‘ରେମାଲ’, ମଝି ରାତିରେ କରିବ ଲ୍ୟାଣ୍ଡଫଲ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ରେମାଲ୍’ । ଉତ୍ତର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ଶନିବାର ସନ୍ଧ୍ୟାରେ ବାତ୍ୟା ରୂପ ନେଇଛି । ଏହା ଉତ୍ତର ଦିଗରେ ଅଗ୍ରସର ହୋଇ ଆଜି ସକାଳୁ ଭୀଷଣ ବାତ୍ୟା ରୂପ ନେବ । ରବିବାର ମଧ୍ୟରାତ୍ରିରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ସାଗର ଦ୍ୱୀପ ଓ ଖେପୁପରା ମଝିରେ ଏହା ଲ୍ୟାଣ୍ଡଫଲ୍ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବାତ୍ୟା ରେମାଲ୍ ଲ୍ୟାଣ୍ଡଫଲ୍ କରିବା ସମୟରେ ୧୧୦ରୁ ୧୨୦ କିମି ବେଗରେ ପବନ ବହିପାରେ । ପବନର ଝଟକା ୧୩୫ କିମି ଯାଏ ଅନୁଭୂତ ହେବ । ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଗାଙ୍ଗେୟ ପଶ୍ଚିମବଙ୍ଗର ପୂର୍ବ ଭାଗରେ ଓ ବାଂଲାଦେଶକୁ ଲାଗିଥିବା ଅଞ୍ଚଳରେ ୨୬ ଓ ୨୭ ତାରିଖ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବ । ୨୮ ତାରିଖରେ ବି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୬, ୨୭ ତାରିଖ ଉତ୍ତର ଉପକୂଳ ଓଡ଼ିଶାରେ ଭାରୀ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କହୁଛି, ୨୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ପୁରୀରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୭ରେ ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ