Masthead

ସ୍ଥଳଭାଗ ମୁହାଁ ବାତ୍ୟା ‘ରେମାଲ’, ମଝି ରାତିରେ କରିବ ଲ୍ୟାଣ୍ଡଫଲ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ରେମାଲ୍’ । ଉତ୍ତର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ଶନିବାର ସନ୍ଧ୍ୟାରେ ବାତ୍ୟା ରୂପ ନେଇଛି । ଏହା ଉତ୍ତର ଦିଗରେ ଅଗ୍ରସର ହୋଇ ଆଜି ସକାଳୁ ଭୀଷଣ ବାତ୍ୟା ରୂପ ନେବ । ରବିବାର ମଧ୍ୟରାତ୍ରିରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ସାଗର ଦ୍ୱୀପ ଓ ଖେପୁପରା ମଝିରେ ଏହା ଲ୍ୟାଣ୍ଡଫଲ୍ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବାତ୍ୟା ରେମାଲ୍ ଲ୍ୟାଣ୍ଡଫଲ୍ କରିବା ସମୟରେ ୧୧୦ରୁ ୧୨୦ କିମି ବେଗରେ ପବନ ବହିପାରେ । ପବନର ଝଟକା ୧୩୫ କିମି ଯାଏ ଅନୁଭୂତ ହେବ । ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଗାଙ୍ଗେୟ ପଶ୍ଚିମବଙ୍ଗର ପୂର୍ବ ଭାଗରେ ଓ ବାଂଲାଦେଶକୁ ଲାଗିଥିବା ଅଞ୍ଚଳରେ ୨୬ ଓ ୨୭ ତାରିଖ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବ । ୨୮ ତାରିଖରେ ବି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୬, ୨୭ ତାରିଖ ଉତ୍ତର ଉପକୂଳ ଓଡ଼ିଶାରେ ଭାରୀ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କହୁଛି, ୨୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ପୁରୀରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୭ରେ ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ