Masthead

ବେବି କେୟାର ସେଣ୍ଟରରେ ନିଆଁ, ୭ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରୁ ସାମ୍ନାକୁ ଆସିଲା ଛାତିଥରା ଦୃଶ୍ୟ । ଏହି ବେବି କେୟର ସେଣ୍ଟରରେ ଅଗ୍ନିକାଣ୍ଡ ଯୋଗୁଁ ୭ ଜଣ ଶିଶୁଙ୍କ ଜୀବନ ଚାଲିଯାଇଛି । ଶନିବାର ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ନିଆଁ ଲାଗିବା ଖବର ଜଣାପଡ଼ିବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ସୂଚନା ପାଇ ଦମକଳ ବିଭାଗର ୮ଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏଥିସହ ୧୨ ଜଣ ଶିଶୁ ଉଦ୍ଧାର କରାଯାଇଥିଲା।

ତେବେ ଏଥିରୁ ୭ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛି। ଜଣଙ୍କୁ ଭେଣ୍ଟିଲେଟର୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୪ ନବଜାତ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଇଷ୍ଟ ଦିଲ୍ଲୀ ଆଡଭାନ୍ସଡ୍‌ କେୟାର ହସ୍ପିଟାଲର ଏନ୍‌ଆଇସିୟୁରେ ଭର୍ତ୍ତି କରାଯାଇଛି। ପୁଲିସ ସୂଚନା ମୁତାବକ, ଶନିବାର ରାତି ସାଢ଼େ ୧୧ ଟାରେ ଏହି ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟିଥିବା ନେଇ ପିସିଆର୍‌କୁ ଫୋନ୍‌ କଲ୍‌ ଆସିଥିଲା। ଏହାପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ଉଦ୍ଧାରକାରୀ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା।

ତେବେ ଏହି ବେବି କେୟାର ସେଣ୍ଟରରେ ହଠାତ୍‌ କିଭଳି ଅଗ୍ନିକାଣ୍ଡ ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ। ସଟ୍‌ ସର୍କିଟ୍‌ ଯୋଗୁ ଏହି ନିଆଁ ଲାଗିଥାଇ ପାରେ ବୋଲି ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ଅଗ୍ନିଶମ ବିଭାଗ ଅଧିକାରୀଙ୍କ କହିବା ମୁତାବକ, ନିଆଁ ଏତେ ଭୟଙ୍କର ଥିଲା ଯେ, ଏଥିରେ ଆଖପାଖରେ ଥିବା ଦୁଇଟି ବିଲ୍ଡିଂ ପ୍ରଭାବିତ ହୋଇଛି। ଏହି ବେବି କେୟାର୍‌ ସେଣ୍ଟର ପାଖରେ ଥିବା ଏକ ଦୁଇ ମହଲା କୋଠାକୁ ମଧ୍ୟ ନିଆଁ ବ୍ୟାପି ଯାଇଛି। ଏଠାରୁ ୧୦ରୁ ୧୧ ଜଣ ଲୋକଙ୍କୁ ଉଦ୍ଧାର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା