ବିଜେପିରେ ମିଶିଲେ ଜଗତସିଂହପୁର ଜିଲ୍ଲା ଉପସଭାପତି ସରୋଜକାନ୍ତ

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ଦଳ ଛାଡିଲେ ବିଜୁ ଜନତା ଦଳର ଜଗତସିଂହପୁର ଜିଲ୍ଲା ଉପ ସଭାପତି ତଥା ପୂର୍ବତନ ରଘୁନାଥପୁର ବ୍ଲକ ସଭାପତି ସରୋଜ କାନ୍ତ ସ୍ୱାଇଁ। ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି। ରଘୁନାଥପୁର ବ୍ଲକର ଏକ ଘରୋଇ ମଣ୍ଡପରେ ହୋଇଥିବା ମହାମିଶ୍ରଣ ପର୍ବରେ ନିଜ ଶତାଧିକ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।

ଏହି କାର୍ୟ୍ୟକ୍ରମରେ ପୂର୍ବତ୍ତନ ରାଜ୍ୟ ବିଜେପି ଉପସଭାପତି ସମୀର ମହାନ୍ତି, ଜଗତସିଂହପୁର ଜିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ର, ତିର୍ତ୍ତୋଲ ବିଧାୟକ ପ୍ରାର୍ଥୀ ରାଜକିଶୋର ବେହେରା, ବରିଷ୍ଠ ବିଜେପି ନେତା ସଞ୍ଜୟ ଦାସ ପ୍ରମୁଖ ଉପସ୍ଥିତ ରହି ନୂତନ କର୍ମୀମାନଙ୍କୁ ଦଳକୁ ସ୍ୱାଗତ କରିଥିଲେ । ଦଳରରେ ଏକଛାତ୍ରବାଦୀ ଶାସନ, ସାଧାରଣ ଜନତା ପ୍ରତି ଅନ୍ୟାୟ ଅବିଚାର, ବ୍ଲକରେ ଚାଲିଥିବା ଶାସକ ଦଳର କେଳେଙ୍କାରୀ ସହିନପାରି ବିଜେଡି ଛାଡି ବିଜେପିରେ ଯୋଗ ଦେଇଛି ବୋଲି ନିଜର ମତ ସରୋଜ କାନ୍ତ ନିଜର ମତ ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ