Masthead

ପ୍ରକାଶ ପାଇଲା +୨ ପରୀକ୍ଷା ରେଜଲ୍ଟ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା +୨ ପରୀକ୍ଷା ଫଳ । ଏକ ସଙ୍ଗେ ବାହାରିଲା କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ । କଳାରେ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଛି । ୧,୦୪,୪୪୭ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୫,୯୧୩ ଉତ୍ତୀର୍ଣ୍ଣ ହୋଇଛନ୍ତି । କଳାରେ ପୁଅଙ୍କ ପାସ୍‌ ହାର ୭୨.୬୮ ପ୍ରତିଶତ ୧,୩୦,୭୭୧ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧,୧୪,୫୧୬ ଉତ୍ତୀର୍ଣ୍ଣ । ଝିଅଙ୍କ ପାସ୍ ହାର ୮୭.୫୬ ପ୍ରତିଶତ ରହିଛି । ମୋଟ୍ ପରୀକ୍ଷା ଦେଇଥିଲେ ୨,୩୫,୨୧୮; ପାସ୍ କରିଛନ୍ତି ୧,୯୦,୪୨୯ ।

ସେହିପରି ଯୁକ୍ତ ଦୁଇ ବିଜ୍ଞାନରେ ବି ଝିଅଙ୍କ ବାଜିମାତ୍ । ୬୦,୯୭୩ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୨,୫୬୭ ଉତ୍ତୀର୍ଣ୍ଣ ହୋଇଛନ୍ତି । ବିଜ୍ଞାନରେ ପୁଅଙ୍କ ପାସ୍‌ ହାର ୮୬. ୨୧ ପ୍ରତିଶତ ରହିଛି । ୫୪,୯୨୨ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୮,୧୯୦ ପାସ୍ କରିଛନ୍ତି । ଝିଅଙ୍କ ପାସ୍ ହାର ୮୭.୭୪ ପ୍ରତିଶତ ରହିଛି । ସେହିପରି ଯୁକ୍ତ ଦୁଇ କମର୍ସରେ ବି କମାଲ ଦେଖାଇଲେ ଝିଅ । ବାଣିଜ୍ୟରେ ୯୪୩୧ ଝିଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୮୦୬୯ ପାସ୍ କରିଛନ୍ତି । ୧୬,୪୬୬ ପୁଅ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୩,୨୩୯ ପାସ୍ କରିଛନ୍ତି । ଝିଅଙ୍କ ପାସ୍ ହାର ୮୫.୫୫%, ପୁଅଙ୍କ ପାସ୍ ହାର ୮୦.୪୦% ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ