Masthead

ଆଇପିଏଲ ୨୦୨୪ର ଟ୍ରଫି କବ୍‌ଜା କଲା କେକେଆର୍‌

କୋଲକାତା  (ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୪ର ଚାମ୍ପିୟନ ଟ୍ରଫି ହାସଲ କରିଛି କୋଲକାତା ନାଇଟ୍ ରାଇଡର୍ସ । ସନ୍ ରାଇଜର୍ସ ହାଇଦ୍ରାବାଦକୁ ୮ ୱିକେଟରେ ହରାଇ ଇଣ୍ଡିଆନ୍ ପ୍ରିମିୟର ଲିଗର ୧୭ତମ ସଂସ୍କରଣ ନିଜ ନାଁରେ କରିଛି ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ କେକେଆର୍ । ଏହି ବିଜୟ ସହ ତୃତୀୟ ଥର ଆଇପିଏଲ ବିଜେତା ବନିଛି କୋଲକାତା ନାଇଟ୍ ରାଇଡର୍ସ । ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ପକ୍ଷରୁ ପାଟ୍ କିମନ୍ସ ସର୍ବାଧିକ ୨୪ ରନ କରିଥିବା ବେଳେ ମାର୍କ୍ରମ ୨୦ ରନ୍ କରିଥିଲେ। ଦଳ ୧୮ ଓଭର ୩ ବଲରେ ୧୧୩ ରନ୍ କରି ଅଲଆଉଟ୍ ହୋଇଯାଇଥିଲା। କୋଲକାତାର ବୈଭବ ଆରୋରା ୪ଟି ୱିକେଟ୍ ନେଇଥିଲେ। ୧୧୪ ରନର ବିଜୟ ଲକ୍ଷ୍ୟକୁ ପିଛା କରି କୋଲକାତା ଦମଦାର ଓପନିଂ କରିଥିଲା।

ଭେଙ୍କଟେସ୍ ଆୟର ୨୬ ବଲରୁ ଧୂଆଁଧାର ୫୨ ରନ କରିଥିବା ବେଳେ ରେହମାନୁଲ୍ଲା ୩୯ ରନ୍ କରିଥିଲେ। ଦଳ ମାତ୍ର ୧୦ ଓଭର ୩ ବଲରେ ୨ ୱିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ପୂର୍ବରୁ ୨୦୧୨ ଓ ୨୦୧୪ରେ ଗମ୍ଭୀରଙ୍କ ନେତୃତ୍ୱରେ କେକେଆର୍‌ ବିଜେତା ହୋଇଥିଲା। ବିଜେତା କେକେଆର୍‌କୁ ଟ୍ରଫି ସହ ୨୦ କୋଟି ଓ ରନର୍‌ଅପ୍‌ ହାଇଦ୍ରାବାଦ୍‌କୁ ୧୩ କୋଟି ଟଙ୍କା ପୁରସ୍କାର ଦିଆଯାଇଛି। ସେହିପରି ଚଳିତ ସଂସ୍କରଣରେ ସର୍ବାଧିକ ରନ୍‌ କରିଥିବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବିରାଟ କୋହଲି ଅରେଞ୍ଜ କ୍ୟାପ୍‌ ଓ ସର୍ବାଧିକ ୱିକେଟ୍‌ ନେଇଥିବା ପଞ୍ଜାବ କିଙ୍ଗ୍ସର ହର୍ଷଲ ପଟେଲ୍‌ ପର୍ପଲ୍‌ କ୍ୟାପ୍‌ ପାଇଛନ୍ତି। ଉଭୟଙ୍କୁ ୧୫ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା