Masthead

ଶେଷ ପର୍ଯ୍ୟାୟ ନିର୍ବାଚନ, ସବୁ ଦଳ ଲଗାଉଛନ୍ତି ବଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ୍‌ ୧ରେ ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ । ସବୁ ଦଳ ବଳ ଲଗାଇ ଦେଇଛନ୍ତି । ଏଥିରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ମତଦାନ ହେବ। ଘନ ଘନ ପ୍ରଚାର ପାଇଁ ଆସୁଛନ୍ତି ବିଭିନ୍ନ ଦଳର ହେଭିୱେଟ । ପ୍ରାର୍ଥୀଙ୍କ ପାଇଁ କରୁଛନ୍ତି ଭୋଟ ଭିକ୍ଷା । ତେବେ ଷଷ୍ଠ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ଆସନଗୁଡ଼ିକରେ ବିଜେଡି ପୂର୍ବରୁ ଭଲ ପ୍ରଦର୍ଶନ କରିଥିବାରୁ ଏଥର ବି ସମାନ ଧାରା ବଜାୟ ରଖିବାକୁ ଉଦ୍ୟମ ଚଳାଇଛି। ବିଜେପି ମଧ୍ୟ ଏଥର ବିଜେଡିକୁ ସହଜରେ ଛାଡ଼ିବା ମୁଡ୍‌ରେ ନାହିଁ।

ଏଥିପାଇଁ ଦଳର ମୁଖ୍ୟ ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ନିର୍ବାଚନ ମଇଦାନକୁ ଓହ୍ଲାଉଛନ୍ତି। ଶେଷ ପର୍ଯ୍ୟାୟ ପ୍ରଚାର ପାଇଁ ପୁଣି ଓଡ଼ିଶାମୁହାଁ ବିଜେପିର ଟପ୍ କେନ୍ଦୀୟ ନେତା । ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଏହି ୨ ଦିନରେ ସେ ୮ଟି ସ୍ଥାନରେ ପ୍ରଚାର କରିବେ । ଆଜି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କାକଟପୁରରେ ପ୍ରଚାର କରିବେ ବିଶ୍ୱଶର୍ମା ।

ଆସନ୍ତାକାଲି ରାଇରଙ୍ଗପୁର, ମୋରଡ଼ା, ସୋର ଓ ଜଗତସିଂହପୁରରେ ହିମନ୍ତଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଆଜି ବାସୁଦେବପୁର, ବାହାନଗାଠାରେ ଅନୁଷ୍ଠିତ ବିଶାଳ ରୋଡ ଶୋରେ ସାମିଲ ହେବେ । ଆଜି ଏବଂ ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ଭଦ୍ରକରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସଭା ରହିଛି ।

ସେପଟେ ୨୯ ତାରିଖ ଦିନ ୧୧ଟାରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ୍ଗେ ବାଲେଶ୍ୱରରେ ପହଞ୍ଚିବେ । କଂଗ୍ରେସ ସାଂସଦ ପ୍ରାର୍ଥୀ ଶ୍ରୀକାନ୍ତ ଜେନା ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଅପରାହ୍ନ ୩ଟାରେ ଚାନ୍ଦବାଲିରେ ଆୟୋଜିତ ସଭାରେ କଂଗ୍ରେସ ପାଇଁ ଭୋଟ ମାଗିବେ । ୩୦ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଆସି ପ୍ରଚାର କରିବେ । ସିମୁଳିଆ ସାନମହିତପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ କଂଗ୍ରେସ ପାଇଁ ଭୋଟ୍ ମାଗିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା