Masthead

ଶେଷ ପର୍ଯ୍ୟାୟ ନିର୍ବାଚନ, ସବୁ ଦଳ ଲଗାଉଛନ୍ତି ବଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ୍‌ ୧ରେ ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ । ସବୁ ଦଳ ବଳ ଲଗାଇ ଦେଇଛନ୍ତି । ଏଥିରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ମତଦାନ ହେବ। ଘନ ଘନ ପ୍ରଚାର ପାଇଁ ଆସୁଛନ୍ତି ବିଭିନ୍ନ ଦଳର ହେଭିୱେଟ । ପ୍ରାର୍ଥୀଙ୍କ ପାଇଁ କରୁଛନ୍ତି ଭୋଟ ଭିକ୍ଷା । ତେବେ ଷଷ୍ଠ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ଆସନଗୁଡ଼ିକରେ ବିଜେଡି ପୂର୍ବରୁ ଭଲ ପ୍ରଦର୍ଶନ କରିଥିବାରୁ ଏଥର ବି ସମାନ ଧାରା ବଜାୟ ରଖିବାକୁ ଉଦ୍ୟମ ଚଳାଇଛି। ବିଜେପି ମଧ୍ୟ ଏଥର ବିଜେଡିକୁ ସହଜରେ ଛାଡ଼ିବା ମୁଡ୍‌ରେ ନାହିଁ।

ଏଥିପାଇଁ ଦଳର ମୁଖ୍ୟ ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ନିର୍ବାଚନ ମଇଦାନକୁ ଓହ୍ଲାଉଛନ୍ତି। ଶେଷ ପର୍ଯ୍ୟାୟ ପ୍ରଚାର ପାଇଁ ପୁଣି ଓଡ଼ିଶାମୁହାଁ ବିଜେପିର ଟପ୍ କେନ୍ଦୀୟ ନେତା । ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଏହି ୨ ଦିନରେ ସେ ୮ଟି ସ୍ଥାନରେ ପ୍ରଚାର କରିବେ । ଆଜି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କାକଟପୁରରେ ପ୍ରଚାର କରିବେ ବିଶ୍ୱଶର୍ମା ।

ଆସନ୍ତାକାଲି ରାଇରଙ୍ଗପୁର, ମୋରଡ଼ା, ସୋର ଓ ଜଗତସିଂହପୁରରେ ହିମନ୍ତଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଆଜି ବାସୁଦେବପୁର, ବାହାନଗାଠାରେ ଅନୁଷ୍ଠିତ ବିଶାଳ ରୋଡ ଶୋରେ ସାମିଲ ହେବେ । ଆଜି ଏବଂ ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ଭଦ୍ରକରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସଭା ରହିଛି ।

ସେପଟେ ୨୯ ତାରିଖ ଦିନ ୧୧ଟାରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ୍ଗେ ବାଲେଶ୍ୱରରେ ପହଞ୍ଚିବେ । କଂଗ୍ରେସ ସାଂସଦ ପ୍ରାର୍ଥୀ ଶ୍ରୀକାନ୍ତ ଜେନା ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଅପରାହ୍ନ ୩ଟାରେ ଚାନ୍ଦବାଲିରେ ଆୟୋଜିତ ସଭାରେ କଂଗ୍ରେସ ପାଇଁ ଭୋଟ ମାଗିବେ । ୩୦ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଆସି ପ୍ରଚାର କରିବେ । ସିମୁଳିଆ ସାନମହିତପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ କଂଗ୍ରେସ ପାଇଁ ଭୋଟ୍ ମାଗିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ