Masthead

କୁଶଭଦ୍ରାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର

ବାଲିଅନ୍ତା, (ବଡ଼ ଖବର ବ୍ୟୁରୋ): ବାଲିଅନ୍ତା ଥାନା କୁଶଭଦ୍ରା ନଦୀରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳିନାହିଁ । ଶନିବାର ସକାଳୁ ଭିଙ୍ଗାରପୁର ଡେଲଟା ଛକସ୍ଥିତ ପୋଲତଳେ ମହିଳାଙ୍କ ମୃତଦେହ ଭାସୁଥିବା ଦେଖିଥିଲେ ସ୍ଥାନୀୟ ଲୋକେ । ସେମାନେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛନ୍ତି । ବାଲିଅନ୍ତା ପୋଲିସ ଘଟଣାର ତଦନ୍ତ ଜାରି କରିଛି । କିଏ ଏହି ମହିଳା ଓ କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଏହା ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି । ବ୍ୟବଚ୍ଛେଦ ରିପୋର୍ଟ ଓ ପୋଲିସର ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ