Masthead

୫ ଦିନ ଭିତରେ ଛୁଇଁବ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ନେଇ ପାଣିପାଗ ବିଭାଗର ଆକଳନ । ସ୍ଥିତି ଅନୁକୂଳ ଥିବାରୁ ୫ ଦିନ ଭିତରେ କେରଳ ଛୁଇଁବା ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ଆସନ୍ତା କାଲିଠାରୁ ବଢ଼ିବ ପାରଦ। ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତେବେ ଭୀଷଣ ବାତ୍ୟା ‘ରେମଲ’ ବାତ୍ୟାରେ ପରିଣତ ହୋଇଛି ।

ବର୍ତ୍ତମାନ ଓଡିଶାକୁ ଏହାର ବିଶେଷ ପ୍ରଭାବ ନାହିଁ । ରାଜ୍ୟର ସ୍ଥଳଭାଗରେ ବର୍ଷା ଘଡଘଡି ବିଜୁଳି ପବନ ହେବାର ଵିଶେଷ ସମ୍ଭାବନା ନାହିଁ । କିଛି କିଛି ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହୋଇପାରେ ।ଆସନ୍ତାକାଲି ଠାରୁ ୨-୩ ଡିଗ୍ରୀ ତାପମାତ୍ରା ବଢିବ । ଆଗାମୀ ପାଞ୍ଚଦିନ ପର୍ୟ୍ୟନ୍ତ ହିଟୱେଭ ସ୍ଥିତି ସମ୍ଭାବନା ନାହିଁ । ୯୨.୮ ମିମି ସର୍ବାଧିକ ନୟାଗଡ଼ର ରାମପୁର ଏବଂ କେନ୍ଦ୍ରାପଡା ରାଜନଗରରେ ୭୮ ମିମି ବର୍ଷା ରେକର୍ଡ଼ କରାଯାଇଛି । ୩୧ ତାରିଖ ପର୍ୟ୍ୟନ୍ତ ଏମିତି ସ୍ଥିଥି ରହିବ । କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼