Masthead

ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ, ୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶେଷ ପର୍ଯ୍ୟାୟରେ ଜୋରଦାର ହେଉଛି ପ୍ରଚାର । ୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ଆଜି ଓଡ଼ିଶା ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଆଜି ୩ଟି ସ୍ଥାନରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ଶାହ। ପୂର୍ବାହ୍ନ ୧୧ଟାରେ ଭଦ୍ରକ ଲୋକସଭା କ୍ଷେତ୍ରର ଚାନ୍ଦବାଲି ଠାରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ , ଅପରାହ୍ନ ୨ଟା ୨୫ରେ କୋରେଇ ନିର୍ବାଚନମଣ୍ଡଳୀର ପାଣିକୋଇଲିଠାରେ ଏବଂ ଅପରାହ୍ନ ୪ଟାରେ ନିମାପଡ଼ାଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୧୦ଟା ୩୦ରେ ରାଇରଙ୍ଗପୁରଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେବେ। ଏହାପରେ ବିଶ୍ୱଶର୍ମା ମଧ୍ୟାହ୍ନ ୧୨ଟା ୧୫ରେ ମୋରଡା ନିର୍ବାଚନମଣ୍ଡଳୀର ସୁଳିଆପଦା, ଅପରାହ୍ନ ୨ଟା ୧୫ରେ ସୋରର ରଘୁନାଥପୁର, ଅପରାହ୍ନ ୪ଟାରେ ଜଗତ୍‌ସିଂହପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସକାଳ ୧୦ଟାରେ ବଡ଼ଚଣା, ଏହା ପରେ ୧୧ଟାରେ ଧର୍ମଶାଳା, ମଧ୍ୟାହ୍ନ ୧୨ଟା ୧୫ରେ ବିଞ୍ଝାରପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼