Masthead

ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ, ୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶେଷ ପର୍ଯ୍ୟାୟରେ ଜୋରଦାର ହେଉଛି ପ୍ରଚାର । ୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ଆଜି ଓଡ଼ିଶା ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଆଜି ୩ଟି ସ୍ଥାନରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ଶାହ। ପୂର୍ବାହ୍ନ ୧୧ଟାରେ ଭଦ୍ରକ ଲୋକସଭା କ୍ଷେତ୍ରର ଚାନ୍ଦବାଲି ଠାରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ , ଅପରାହ୍ନ ୨ଟା ୨୫ରେ କୋରେଇ ନିର୍ବାଚନମଣ୍ଡଳୀର ପାଣିକୋଇଲିଠାରେ ଏବଂ ଅପରାହ୍ନ ୪ଟାରେ ନିମାପଡ଼ାଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୧୦ଟା ୩୦ରେ ରାଇରଙ୍ଗପୁରଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେବେ। ଏହାପରେ ବିଶ୍ୱଶର୍ମା ମଧ୍ୟାହ୍ନ ୧୨ଟା ୧୫ରେ ମୋରଡା ନିର୍ବାଚନମଣ୍ଡଳୀର ସୁଳିଆପଦା, ଅପରାହ୍ନ ୨ଟା ୧୫ରେ ସୋରର ରଘୁନାଥପୁର, ଅପରାହ୍ନ ୪ଟାରେ ଜଗତ୍‌ସିଂହପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସକାଳ ୧୦ଟାରେ ବଡ଼ଚଣା, ଏହା ପରେ ୧୧ଟାରେ ଧର୍ମଶାଳା, ମଧ୍ୟାହ୍ନ ୧୨ଟା ୧୫ରେ ବିଞ୍ଝାରପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ