Masthead

ରାଜ୍ୟରେ ଆଗାମୀ ଦୁଇ ଦିନ କଲବଲ କରିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି କଲବଲ କରିବ ତାତି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆଗାମୀ ଦୁଇ ଯାଏଁ କଲବଲ କରିବ ତାତି । ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ ବଢିବା ସମ୍ଭାବନା ରହିଛି। ପ୍ରବଳ ଗରମ ସାଙ୍ଗକୁ ଅସମ୍ଭାଳ ଗୁଳୁଗୁଳିରେ ସନ୍ତୁଳି ହେବେ ଲୋକେ। ଗତକାଲି ରାଜ୍ୟର ୩ ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା। ବୌଦ୍ଧରେ ସର୍ବାଧିକ ୪୫.୯ ଡିଗ୍ରୀ ସେଲସିୟସ, ସୋନପୁରରେ ୪୫.୩ ଡିଗ୍ରୀ ଏବଂ ଟିଟଲାଗଡରେ ତାପମାତ୍ରା ରହିଥିଲା ୪୫ ଡିଗ୍ରୀ। ସେହିପରି ୧୦ଟି ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା ପଶ୍ଚିମରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେଉଥିବା ବେଳେ ଉପକୂଳରେ ତାତିକୁ ବଳିଯାଇଛି ଗୁଳୁଗୁଳି କଷ୍ଟ। ପାରାଦୀପ ଓ ଗୋପାଳପୁରରେ ଆର୍ଦ୍ରତା ୭୯ ପ୍ରତିଶତ ଛୁଇଁଥିଲା।

ସେପଟେ ରାଜସ୍ଥାନର ଚୁରୁରେ ଗତକାଲି ୫୦ ଡିଗ୍ରୀ ଡେଇଁଥିଲା ପାରଦ। ସେଠାରେ ତାପମାତ୍ରା ୫୦.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା । ସୂଚନା ଅନୁସାରେ ଗତକାଲି ୮ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ୪୨.୪ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା। ସମ୍ୱଲପୁର-୪୦.୭, ନୂଆପଡା-୪୦.୪, ବଲାଙ୍ଗୀର-୪୦.୩, ସୋନପୁର, ଭବାନୀପାଟଣା, ସୁନ୍ଦରଗଡ଼ ଓ ଟିଟିଲାଗଡ଼ରେ ତାପମାତ୍ରା ୪୦ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ଖୋର୍ଦ୍ଧାରେ ୩୬ଡିଗ୍ରୀ ଓ କଟକରେ ତାପମାତ୍ରା ୩୫.୮ଡିଗ୍ରୀ ରେକର୍ଡ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି