Masthead

ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ, ଆଜି ଦିଲ୍ଲୀରେ ହାଜର ହେବେ ଡି.ଏସ.କୁଟ୍ଟେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ଆଇପିଏସ ଡିଏସ କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ନିର୍ବାଚନ କମିଶନ । ଏ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ଆଜି ସନ୍ଧ୍ୟାରେ ଦିଲ୍ଲୀରେ ହାଜର ହେବେ ଆଇପିଏସ ଡି.ଏସ.କୁଟ୍ଟେ। କୁଟ୍ଟେ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ସ୍ପେଶାଲ ସେକ୍ରେଟାରୀ ଭାବେ କାମ କରୁଥିଲେ । ଆଜି ଦିନ ୩ଟା ସୁଦ୍ଧା ତାଙ୍କୁ ଦିଲ୍ଲୀରେ ପହଞ୍ଚିବା ପାଇଁ କୁହାଯାଇଛି । ସେହିଭଳି ବରିଷ୍ଠ ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ ।

ଏଥିପାଇଁ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶକଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି । ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ ହେବ । ୩୦ ତାରିଖ ସୁଦ୍ଧା ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କମିଶନ । ଆଉ ସ୍ୱାସ୍ଥ୍ୟ ଯାଞ୍ଚ ରିପୋର୍ଟ ୩୧ ତାରିଖ ସୁଦ୍ଧା କମିଶନଙ୍କ ନିକଟରେ ଦାଖଲ ପାଇଁ କମିଶନ କହିଛନ୍ତି । ମେ ୪ ତାରିଖରୁ ଆଶିଷ ସିଂ ମେଡିକାଲ ଲିଭରେ ଅଛନ୍ତି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବିଜେପି ସାମ୍ବାଦିକ ସମ୍ମିଳନୀ କରି କହିଛି ଏଭଳି ନିଷ୍ପତ୍ତି ଗଣତନ୍ତ୍ରକୁ ସୁଦୃଢ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..