ରାଜ୍ୟରେ ଅସମ୍ଭାଳ ତାତି: ସାଢ଼େ ୨ରେ ୪୫ ଟପିଲା ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପଶ୍ଚିମ ଆକାଶରୁ ଅଗ୍ନିବର୍ଷା । ଗୁଳୁଗୁଳିରେ ଛଟପଟ ଉପକୂଳ ଓଡ଼ିଶା । ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ । ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ଅସମ୍ଭାଳ ତାତି । ସାଢ଼େ ୨ରେ ୪୫ ଟପିଲା ପାରଦ । ଦିନ ୨.୩୦ରେ ଝାରସୁଗୁଡ଼ା ୪୫.୬, ସମ୍ୱଲପୁର ୪୫.୨ ଡିଗ୍ରୀ । ହୀରାକୁଦ ୪୪.୮, ରାଉରକେଲା ୪୩.୬, କେନ୍ଦୁଝର ୪୧.୨ ।

ଆଭ୍ୟନ୍ତରୀଣରେ ଅସମ୍ଭାଳ ତାତି, ଉପକୂଳରେ ପ୍ରବଳ ଗୁଳୁଗୁଳି । ଭୁବନେଶ୍ୱର ତାପମତ୍ରା ୩୯.୮, ଆଦ୍ରତା ୬୦ ପ୍ରତିଶତ । ସେପଟେ ଚାଷୀଙ୍କ ପାଇଁ ଖୁସି ଖବର ରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ସ୍ଥିତି ଅନୁକୂଳ ରହିଛି । ପାଣିପାଗ ବିଭାଗ ଆକଳନ କରିଛି, ଏଥର ଦେଶରେ ମୌସୁମୀ ବର୍ଷା ସ୍ୱାଭାବିକଠାରୁ ଅଧିକ ରହିବ । ମୌସୁମୀ ପ୍ରଭାବରେ ଦେଶରେ ଲଙ୍କ ପିରିୟଡ ଆଭରେଜରେ ୧୦୬ ପ୍ରତିଶତ ବର୍ଷା ହେବ ବୋଲି କହିଥିଲା ଆଇଏମଡି । କିନ୍ତୁ ରାଜ୍ୟରେ ବର୍ଷା ପରିମାଣ ସ୍ୱାଭାବିକଠାରୁ କମ୍ ରହିପାରେ ବୋଲି ପୂର୍ବାନୁମାନ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ