Masthead

ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗରମ ଓ ଗୁଳୁଗୁଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି କଲବଲ କରିବ ତାତି । ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗରମ ଓ ଗୁଳୁଗୁଳି । ସକାଳ ସାଢ଼େ ୫ଟାରେ ଭୁବନେଶ୍ୱର ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଆଦ୍ରତା ୮୭ ପ୍ରତିଶତ ରହିଛି । ଆଜି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ନୂଆପଡ଼ା ଓ କଳାହାଣ୍ଡିରେ ବି ଗ୍ରୀଷ୍ମପ୍ରବାହ ବି ଅନୁଭୂତ ହେବ ।

ଉପକୂଳ ଓଡ଼ିଶାର ବି ଭୀଷଣ ଗୁଳୁଗୁଳି କଲବଲ କରିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ଢେଙ୍କାନାଳରେ ଗୁଳୁଗୁଳି ହେବ । ଆସନ୍ତାକାଲି ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗତକାଲି ୪୬ ଡିଗ୍ରୀ ଉପରେ ରହିଥିଲା ୪ ସହର । ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୬ ଦଶମିକ ୩ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେପଟେ ଆଜି କେରଳ ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ