Masthead

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅସହ୍ୟ ତାତି ଭିତରେ ଆଜି କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏକ୍ସ ଜରିଆରେ ଭାରତୀୟ ପାଣିପାଗ ବିଭାଗର ସୂଚନା । ଉତ୍ତର ପୂର୍ବ ଆଡ଼କୁ ଅଗ୍ରସର ହେବ ମୌସୁମୀ । ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିଲା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେରଳରେ ସ୍ବାଭାବିକଠାରୁ ୬ ପ୍ରତିଶତ ବୃଷ୍ଟିପାତ ହେବ। ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଜୁନ୍‌ ୨ ପର୍ଯ୍ୟନ୍ତ ଅଧିକାଂଶ ଭାଗରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।

ଏନେଇ କେରଳର ୧୧ଟି ଜିଲାକୁ ୟେଲୋ ଓ୍ବାଣ୍ଣିଂ ଜାରି ହୋଇଛି। ଉକ୍ତ ଜିଲାଗୁଡ଼ିକରେ ୬୪.୫ରୁ ୧୧୫.୫ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ମୌସୁମୀ ବାୟୁ ଲାକ୍ଷାଦ୍ୱୀପର କେତେକ ଅଞ୍ଚଳ ସମେତ ଦକ୍ଷିଣ ଆରବ ସାଗରର ଅନ୍ୟ ଅଞ୍ଚଳକୁ ଅଗ୍ରସର ହେବା ଲାଗି ଅନୁକୂଳ ସ୍ଥିତି ସୃଷ୍ଟି ହୋଇଛି। ଏହା କ୍ରମେ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଉତ୍ତରପୂର୍ବ ରାଜ୍ୟଗୁଡ଼ିକର କେତେକ ଅଞ୍ଚଳକୁ ଅଗ୍ରସର ହେଉଛି ବୋଲି ପାଣିପାଗ ବିଭାଗ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା