କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅସହ୍ୟ ତାତି ଭିତରେ ଆଜି କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏକ୍ସ ଜରିଆରେ ଭାରତୀୟ ପାଣିପାଗ ବିଭାଗର ସୂଚନା । ଉତ୍ତର ପୂର୍ବ ଆଡ଼କୁ ଅଗ୍ରସର ହେବ ମୌସୁମୀ । ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିଲା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେରଳରେ ସ୍ବାଭାବିକଠାରୁ ୬ ପ୍ରତିଶତ ବୃଷ୍ଟିପାତ ହେବ। ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଜୁନ୍‌ ୨ ପର୍ଯ୍ୟନ୍ତ ଅଧିକାଂଶ ଭାଗରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।

ଏନେଇ କେରଳର ୧୧ଟି ଜିଲାକୁ ୟେଲୋ ଓ୍ବାଣ୍ଣିଂ ଜାରି ହୋଇଛି। ଉକ୍ତ ଜିଲାଗୁଡ଼ିକରେ ୬୪.୫ରୁ ୧୧୫.୫ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ମୌସୁମୀ ବାୟୁ ଲାକ୍ଷାଦ୍ୱୀପର କେତେକ ଅଞ୍ଚଳ ସମେତ ଦକ୍ଷିଣ ଆରବ ସାଗରର ଅନ୍ୟ ଅଞ୍ଚଳକୁ ଅଗ୍ରସର ହେବା ଲାଗି ଅନୁକୂଳ ସ୍ଥିତି ସୃଷ୍ଟି ହୋଇଛି। ଏହା କ୍ରମେ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଉତ୍ତରପୂର୍ବ ରାଜ୍ୟଗୁଡ଼ିକର କେତେକ ଅଞ୍ଚଳକୁ ଅଗ୍ରସର ହେଉଛି ବୋଲି ପାଣିପାଗ ବିଭାଗ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’