Masthead

‘ମୋର କାହା ପ୍ରତି ଆକ୍ରୋଶ ନାହିଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ବିଜେପି ଓଡ଼ିଶାରେ ସରକାର ଗଢ଼ିବ ବୋଲି କହୁଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଏନଆଇକୁ ଏକ ସାକ୍ଷାତକାରରେ କିଛି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ମୁଖ୍ୟମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ଚଳିତ ବିଧାନସଭା ନିର୍ବାଚନରେ ଆମେ ବହୁତ ଭଲ ରେଜଲ୍ଟ କରିବୁ। ଲୋକ ସଭା ଆସନରେ ମଧ୍ୟ ସଂଖ୍ୟା ଗରିଷ୍ଠତା ହାସଲ କରିବୁ। ବିରୋଧୀ ଦିନରେ ସ୍ବପ୍ନ ଦେଖୁଛନ୍ତି ବୋଲି ନବୀନ କହିଛନ୍ତି।

ପାଣ୍ଡିଆନ ଆପଣଙ୍କ ଉତ୍ତରାଧିକାରୀ ପ୍ରଶ୍ନରେ ନବୀନଙ୍କ  କହିଛନ୍ତି ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି ।  ମୋ ଉତ୍ତରାଧିକାରୀ ଲୋକ ସ୍ଥିର କରିବେ ।  ନିର୍ବାଚନରେ ବହୁତ ଭଲ ରେଜଲ୍ଟ କରିବୁ କହିଲେ ନବୀନ । ରାଜନୀତିରେ ମୋର କାହା ପ୍ରତି ଆକ୍ରୋଶ ନାହିଁ କହିଲେ ନବୀନ ।  ସାଧାରଣ ଜୀବନରେ ମୁଁ କାହାପ୍ରତି କେବେ ଆକ୍ରୋଶ ଦେଖାଇନି । ପ୍ରସଙ୍ଗ ଭିତ୍ତିକ ସମର୍ଥନ ଦରକାର ହେଲେ ପରିସ୍ଥିତି ଦେଖି ନିଷ୍ପତ୍ତି ନିଏ  ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!