ଆଜମ ଖାନଙ୍କୁ ୧୦ ବର୍ଷ ଜେଲଦଣ୍ଡ: ପୁଣି ଝଟକା ଦେଲେ କୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାମପୁରର ଡଙ୍ଗରପୁର ବସ୍ତି ମାମଲା ଏବଂ ଅନ୍ୟ ଏକ ମାମଲାରେ କୋର୍ଟ ପୁଣିଥରେ ଏସପି ନେତା ଆଜମ ଖାନଙ୍କୁ ଝଟକା ଦେଇଛନ୍ତି । ବୁଧବାର ଶୁଣାଣି ସମୟରେ କୋର୍ଟ ତାଙ୍କୁ ଏହି ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। । ଏହା ବ୍ୟତୀତ ତାଙ୍କ ଉପରେ ଜରିମାନା ମଧ୍ୟ ଲଗାଯାଇଛି। ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ଗୁରୁବାର ଡଙ୍ଗରପୁର ମାମଲାରେ ଆଜମ୍‌ଙ୍କୁ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ବ୍ୟତୀତ କୋର୍ଟ ୧୪ ଲକ୍ଷ ଟଙ୍କା ଜରିମାନା ମଧ୍ୟ କରିଛନ୍ତି। ଗତକାଲି ଆଜମ୍‌ଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଡୁଙ୍ଗରପୁରର ଆଉ ଏକ ମାମଲାରେ ସମାଜବାଦୀ ପାର୍ଟି ନେତା ଆଜମଙ୍କୁ କୋର୍ଟ ଝଟକା ଦେଇଛନ୍ତି ।

କୋର୍ଟ ଆଜମଙ୍କୁ ୧୦ ବର୍ଷର ଜେଲଦଣ୍ଡ ଶୁଣାଣି କରିବା ସହ ୧୪ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି । ଶୁଣାଣି ଅବସରରେ ସପା ନେତା ସୀତାପୁର ଜେଲରୁ ଭିଡିଓ କନଫରେନ୍ସିଂ ଜରିଆରେ ଏଥିରେ ସାମିଲ ହୋଇଥିଲେ । ୨୦୧୯ରେ ଡୁଙ୍ଗରପୁର ବସ୍ତିରେ ରହୁଥିବା ଲୋକଙ୍କୁ ଘର ଖାଲି କରିବା ନାମରେ ଲୁଟପାଟ, ଚୋରି, ମାରପିଟ ସମେତ ଅନ୍ୟ ଧାରାରେ ଗଞ୍ଜ ଥାନାରେ ଆଜମଙ୍କ ବିରୋଧରେ ୧୨ଟି ମକଦ୍ଦମା ଦାୟର ହୋଇଥିଲା । ସେଥିମଧ୍ୟରୁ ୩ଟି ମକଦ୍ଦମାର ନିଷ୍ପତ୍ତି ଶୁଣାଣି ସରିଥିବା ବେଳେ ୨ଟିରେ ଆଜମ ମୁକ୍ତ ହୋଇଛନ୍ତି । ଗୋଟିଏ ମାମଲାରେ ତାଙ୍କୁ ୭ ବର୍ଷର ଜେଲଦଣ୍ଡାଦେଶ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ