Masthead

ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ଗଲାଣି ୧୬ ଜୀବନ

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ରାଉରକେଲା ଆରଜିଏଚରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ ୪ ଜଣଙ୍କର ଜୀବନ ଯାଇଛି। ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ୧୬ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଥିବା ସୂଚନା ରହିଛି। ବର୍ତ୍ତମାନ ସୁଦ୍ଧା ରାଉରକେଲା ଆରଜିଏଚରେ ୨୩ ଜଣଙ୍କର ଚିକିତ୍ସା ଚାଲିଥିବା ବେଳେ ଗୁରୁତର ଅନ୍ୟ ୧୦ଜଣଙ୍କୁ ଏକ ଘରୋଇ ହସପିଟାକୁ ସ୍ଥାନାନ୍ତର କରାଯାଇଥିବା ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି କହିଛନ୍ତି।

ସେ କହିଛନ୍ତି, ରାଉରକେଲା ଆରଜିଏଚରେ ଗତକାଲି ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା। ବିଳମ୍ବିତ ରାତିରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ରାଉରକେଲା ମେଡିକାଲର ସମସ୍ତ ମୃତକଙ୍କ ଶବ ବ୍ୟବଚ୍ଛେଦ ହେବ। ରିପୋର୍ଟ ଆସିଲେ ମୃତ୍ୟୁ କାରଣ ଜଣାପଡ଼ିବ। ଯଦି ରୋଗୀ ସଂଖ୍ୟା ବଢ଼େ, ତାହାର ବ୍ୟବସ୍ଥା କରାଯିବ। କୌଣସି କାମ ନଥିଲେ ବାହାରକୁ କେହି ଯାଆନ୍ତୁ ନାହିଁ, ଘରେ ରହୁନ୍ତୁ । ବିଶେଷ କରି ଶ୍ରମିକମାନେ ବାହାରକୁ କାମ କରିବାକୁ ଯାଅନ୍ତୁ ନାହିଁ ବୋଲି ରାଉରକେଲା ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼