Masthead

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉ ନାହାନ୍ତି କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ନିଜର ପୈତୃକ ଘର କେନ୍ଦୁଝର ଜିଲ୍ଲା ସ୍ଥିତ ବୈଦରାଜ ସାହିରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ଦୀର୍ଘ ଦିନରୁ ରୋଗାଗ୍ରସ୍ତ ଥିଲେ ମାଗୁଣି । ଆଜି ଭୋରରୁ ମାଗୁଣିଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ମାଗୁଣି କୁଅଁର।

ସେଥିପାଇଁ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଥିଲା । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ ବିଭୂଷଣ ଏବଂ ବିଶିଷ୍ଟ ଶିଳ୍ପପତି ତଥା ଆଦିତ୍ୟ ବିର୍ଲା ଗ୍ରୁପ୍ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଥିଲା । ମାଗୁଣୀ କୁଅଁରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ