Masthead

ସିକ୍କିମ୍‌ରେ କ୍ଲିନ୍‌ ସ୍ୱିପ୍‌ କରିବ ଏସ୍‌କେଏମ୍‌

ସିକ୍କିମ (ବଡ଼ ଖବର ବ୍ୟୁରୋ): ସିକ୍କିମ୍‌ରେ କ୍ଲିନ୍‌ ସ୍ୱିପ୍‌ କରିବ ଏସ୍‌କେଏମ୍‌। ଏଠାରେ ମ୍ୟାଜିକ୍ ନମ୍ବର ପାର୍‌ କରିବା ଦିଗରେ ସିକ୍କିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା। ଏଠାରେ ୩୨ ସିଟରୁ ୩୧ଟି ସିଟରେ ଦଳ କ୍ଲିନ୍ ସ୍ୱିପ୍ କଲା ଭଳି ଟ୍ରେଣ୍ଡ ସାମ୍ନାକୁ ଆସୁଛି । କେବଳ ଗୋଟିଏ ସିଟରେ ବର୍ତ୍ତମାନ ସୁଦ୍ଧା ଏସଡିଏଫର ପ୍ରାର୍ଥୀ ଆଗୁଆ ଅଛନ୍ତି । ଅନ୍ୟପଟେ ବିଜେପି ଏବଂ କଂଗ୍ରେସ ଏଠାରେ ଖାତା ଖୋଲିପାରିନାହାନ୍ତି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଯଦି ପୁଣିଥରେ ଏଠାରେ ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା ସରକାର ଗଢେ, ତେବେ ମୁଖ୍ୟମନ୍ତ୍ରୀ ଆସନରେ ବସିବେ ବର୍ତ୍ତମାନ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିବା ପ୍ରେମ ସିଂହ ତମାଙ୍ଗ ।

ଲଗାତାର ଦ୍ୱିତୀୟ ଥର ପାଇଁ ସେ ମୁଖ୍ୟମନ୍ତ୍ରୀ ଆସନରେ ବସିପାରନ୍ତି । ସେପଟେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ଏସ୍‌କେଏମ୍‌ର କର୍ମୀମାନେ ଉତ୍ସବ ଆରମ୍ଭ କରିଦେଇଛନ୍ତି। ସିକ୍କିମ୍‌ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତୋମାଙ୍ଗ ରେନକ ଓ ସୋରେଙ୍ଗ ଉଭୟ ଆସନରେ ଜିତିଛନ୍ତି। ସେ ଲଗାତର ଦ୍ୱିତୀୟ ଥର ପାଇଁ ଏଠାରେ ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ସେ ଆଜି ଅପରାହ୍ଣରେ ରାଜ୍ୟପାଳଙ୍କୁ ଭେଟିବେ। ପ୍ରେମ ସିଂହ ତମାଙ୍ଗ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନର ଦାବି ଉପସ୍ଥାପନ କରିବା ପ୍ରସ୍ତୁତି ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା