Masthead

ଫଳାଫଳ ଏକ୍‌ଜିଟ୍‌ ପୋଲ ସହିତ ସମ୍ପୂର୍ଣ୍ଣ ବିପରୀତ ହେବ: ସୋନିଆ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜୁନରେ ଆସିବାକୁ ଯାଉଛି ନିର୍ବାଚନ ରେଜଲ୍ଟ । ହେଲେ ଏହା ପୂର୍ବରୁ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ଏବଂ ସର୍ଭେ ଏଜେନ୍ସିର ଏକଜିଟ୍ ପୋଲକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଲୋକ ସଭା ନିର୍ବାଚନର ଏକ୍‌ଜିଟ୍‌ ପୋଲ୍‌ ଫଳାଫଳକୁ ନେଇ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସୋନିଆ କହିଛନ୍ତି, ଆମକୁ ବର୍ତ୍ତମାନ ଅପେକ୍ଷା କରିବାକୁ ପଡ଼ିବ। ଆମର ସମ୍ପୂର୍ଣ୍ଣ ଆଶା ଅଛି ଯେ, ଫଳାଫଳ ଏକ୍‌ଜିଟ୍‌ ପୋଲ ସହିତ ସମ୍ପୂର୍ଣ୍ଣ ବିପରୀତ ହେବ।

ବାସ୍ତବରେ ବିରୋଧୀ ସଂଗଠନ ‘ଇଣ୍ଡିଆ’ ଦାବି କରୁଛି ଯେ, ଏହା ସର୍ବସାଧାରଣ ନିର୍ବାଚନ ପୋଲ୍‌ରେ ୨୯୫ଟି ଆସନ ପାଇଛି। ନିକଟରେ ଇଣ୍ଡିଆ ମେଣ୍ଟର ବୈଠକ ପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏହି କଥାକୁ ଦୋହରାଇଛନ୍ତି। ଆଜି ସୋନିଆ ଗାନ୍ଧୀ, କରୁଣାନିଧିଙ୍କ ଜନ୍ମ ଶତାବ୍ଦୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଦିଲ୍ଲୀ ସ୍ଥିତ ଡିଏମକେ ଅଫିସରେ ପହଞ୍ଚିଥିଲେ । ଯେଉଁଠି ତାଙ୍କୁ ଏକଜିଟ୍ ପୋଲ୍ ନେଇ ପ୍ରଶ୍ନ କରାଯାଇଥିଲା । ପ୍ରଶ୍ନର ଉତ୍ତରରେ ସୋନିଆ କହିଥିଲେ, ବାସ୍ କେବଳ ଜୁନ୍ ୪ରେ ରେଜଲ୍ଟକୁ ଅପେକ୍ଷା କରନ୍ତୁ ।

ଏହା ପୂର୍ବରୁ ରାହୁଲ ଗାନ୍ଧୀ ମଧ୍ୟ ଏକଜିଟ୍ ପୋଲକୁ ନେଇ ପ୍ରତିକ୍ରିୟା ରଖିସାରିଛନ୍ତି । ପ୍ରକାଶ ପାଇଥିବା ଏକଜିଟ୍ ପୋଲକୁ ନେଇ ରାହୁଲଙ୍କୁ ପ୍ରଶ୍ନ ପଚାରିବା ପରେ, ସେ ଏହାକୁ ଏକଜିଟ୍ ପୋଲ୍ ନକହି ଫାଣ୍ଟାସି ପୋଲ୍ ବୋଲି କହିଥିଲେ । ଏଥିସହିତ ଏଥର ଇଣ୍ଡିଆ ମେଣ୍ଟ ୨୯୫ ସିଟ୍ ଜିତିବ ବୋଲି ସଙ୍କେତ ଦେଇଥିଲେ ରାହୁଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ