Masthead

ଆୟୁଷ୍ମାନ ଯୋଜନା ଲାଗୁ କରିବୁ, BSKY ବନ୍ଦ ହେବ : ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିର ବିପୁଳ ବିଜୟ ପରେ ମନମୋହନ ସାମଲଙ୍କ ପ୍ରତିକ୍ରିୟା । କହିଛନ୍ତି ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା । ଏ ନିର୍ବାଚନ ସାଧାରଣ ଲୋକଙ୍କ ଥିଲା, ସେମାନେ ଲଢୁଥିଲେ । ଭ୍ରଷ୍ଟ ଶାସନ ବିରୋଧରେ, ଓଡ଼ିଶାର ଅସ୍ମିତା ପାଇଁ ଲଢ଼ିଥିଲୁ ବୋଲି କହିଛନ୍ତି ମନମୋହନ ସାମଲ । ସେ ଆହୁରି ମଧ୍ୟ କହିଛନ୍ତି ଏସବୁ କଥା ଓଡ଼ିଶାର ଭୋଟର ଗ୍ରହଣ କରିଥିଲେ । କିଏ ମୁଖ୍ୟମନ୍ତ୍ରୀ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ । ପ୍ରଧାନମନ୍ତ୍ରୀ କହିବା ଅନୁସାରେ ଜଣେ ଓଡ଼ିଆ ହିଁ ମୁଖ୍ୟମନ୍ତ୍ରୀ ହେବେ । ସରକାର ଆସିବା ମାତ୍ରେ ଯାହା କହିଥିଲୁ ତାହା କରିବୁ । ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବୁ । ବିଏସକେୱାଇ କାର୍ଡ ବନ୍ଦ କରିବୁ । BSKY ରେ ଭଲ ସୁବିଧା ମିଳୁନଥିଲା, ଆୟୁଷ୍ମାନ ଯୋଜନା ଲାଗୁ ହେଲେ ରାଜ୍ୟବାସୀଙ୍କୁ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ମିଳିବ ।

ଲୋକେ ନିର୍ବାଚନ ଲଢୁଥିଲେ, ରାଜ୍ୟରେ ଲୋକଙ୍କ ସରକାର ହେବ । ନିର୍ବାଚନ ପୂର୍ବରୁ ଯାହା ପ୍ରତିଶ୍ରୁତି ଦେଇଥିଲୁ, ସବୁ କାର୍ଯ୍ୟକାରୀ କରାଯିବ । 6 ତାରିଖ ନେତା ଚୟନ ପାଇଁ ଯେଉଁ ଦିନ ଧାର୍ଯ୍ୟ ହୋଇଥିଲା, ତାହା ଟିକେ ବିଳମ୍ବ ହେଇପାରେ । ସଂସଦୀୟ ବୋର୍ଡ ଯାହା ନିଷ୍ପତି ନେବେ, ତାହା ହେବ । 10 ତାରିଖରେ ଜଣେ ଓଡ଼ିଆ ପୁଅ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଚାନ୍ଦବାଲି ଜନତା ଯାହା ଆଶୀର୍ବାଦ ଦେଲେ, ତାହା ମୁଁ ସାଦରରେ ଗ୍ରହଣ କରୁଛି । ଯେଉଁ ଦାୟିତ୍ୱ ମିଳିବ, ତାହା ତୁଲାଇବି । ମୁଁ ନୁହେଁ, ସାଧାରଣ ଜନତା ନିର୍ବାଚନ ଲଢୁଥିଲେ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି