Masthead

ନରେନ୍ଦ୍ର ମୋଦିଙ୍କ ବିଜୟ ପରେ ବିଦେଶରୁ ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ଲୋକସଭା ନିର୍ବାଚନରେ ଏନଡିଏକୁ ବହୁମତ ମିଳିଛି । ନରେନ୍ଦ୍ର ମୋଦି ଲଗାତର ତୃତୀୟ ଥର ବିଜୟ ପରେ ବିଦେଶରୁ ଛୁଟୁଛି ଶୁଭେଚ୍ଛାର ସୁଅ । ୟୁରୋପ, ଏସିଆ, ଆଫ୍ରିକା ମହାଦେଶର ଅନେକ ଦେଶର ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆମେରିକା, ୠଷ, ଚୀନ, ବ୍ରିଟେନ, ଜାପାନ, ଜର୍ମାନୀ, ଇସାଏଲ, ୟୁକ୍ରେନ ସମେତ ୫୦ରୁ ଅଧିକ ଦେଶର ନେତା ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନାକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଜନତାନ୍ତ୍ରିକ ମେଣ୍ଟକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । “ଭବିଷ୍ୟତ ପାଇଁ ଆମ ଦୁଇ ଦେଶ ମଧ୍ୟରେ ବନ୍ଧୁତା ବୃଦ୍ଧି ପାଉ ବୋଲି କହିଛନ୍ତି ।

ଏଥି ସହିତ ଦୁଇ ଦେଶ ମଧ୍ୟରେ ପାର୍ଟନରସିପ୍ ଭଲ ରହିବା ନେଇ ଆଶା କରାଯାଉଛି ।” ସେପଟେ ଋଷି ସୁନାକ ଟୁଇଟ୍ କରି କହିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହୋଇଛନ୍ତି । ସେ ହିନ୍ଦୀରେ ଲେଖିଛନ୍ତି, “ବ୍ରିଟେନ ଏବଂ ଭାରତ ମଧ୍ୟରେ ଘନିଷ୍ଠ ବନ୍ଧୁତା ରହିଛି ଏବଂ ଏହି ବନ୍ଧୁତା ଏକାଠି ବିକଶିତ ହେବ ।” ଲୋକସଭା ନିର୍ବାଚନ ଫଳାଫଳରେ ବିଜେପି ଏକାକୀ ସଂଖ୍ୟାଗରିଷ୍ଠତାଠାରୁ ବହୁ ଦୂରରେ ରହି ୨୪୦ଟି ଆସନରେ ବିଜୟୀ ହୋଇଛି । ତେବେ ଏନଡିଏର ସହଯୋଗୀ ଦଳ ସହ ମିଶି ବିଜେପି ନେତୃତ୍ୱରେ ସରକାର ଗଠନ ପାଇଁ ଆବଶ୍ୟକ ସଂଖ୍ୟା ଅତିକ୍ରମ କରାଯାଉଛି । ବୁଧବାର ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏନଡିଏ ଦଳଗୁଡ଼ିକ ବୈଠକ କରି ନରେନ୍ଦ୍ର ମୋଦୀଙ୍କୁ ନେତା ଭାବେ ନିର୍ବାଚିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?