Masthead

ଜୁନ ୧୨ରେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ଫଳାଫଳ ପରେ ଦିଲ୍ଲୀରେ ଗତକାଲି ଏନଡିଏ ବୈଠକ ହୋଇଥିଲା। ଏହି ବୈଠକରେ ଏନଡିଏର ସମସ୍ତ ଦଳ ନିଜର ସମର୍ଥନ ପତ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପ୍ରଦାନ କରିଛନ୍ତି । ତେବେ ଜୁନ୍ ୧୨ ତାରିଖରେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡୁ । ଅମରାବତୀରେ ହେବ ଶପଥ ସମାରୋହ ଉତ୍ସବ । ପୂର୍ବରୁ ୯ରେ ଶପଥ ନେବାର ଥିଲା, ମୋଦିଙ୍କ ଶପଥ ପାଇଁ ଘୁଞ୍ଚିଲା ତାରିଖ ।

ସେ ୧୯୯୫ରୁ ୧୯୯୯ ପର୍ଯ୍ୟନ୍ତ ଏବଂ ପରେ ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ଦକ୍ଷିଣ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଏହାପରେ ୨୦୧୪ରେ ରାଜ୍ୟ ବିଭାଜନ ପରେ ତୃତୀୟ ପାଳି ପୂରା କରିଥିଲେ। କିନ୍ତୁ ୨୦୧୯ରେ YSR କଂଗ୍ରେସର ଜଗନ ମୋହନ ରେଡ୍ଡୀ ତାଙ୍କଠାରୁ ପଦ ଛଡ଼ାଇ ଆଣିଥିଲେ। ପାଞ୍ଚ ବର୍ଷ ପରେ ପୁଣି ସତ୍ତାକୁ ଫେରିଛନ୍ତି ଚନ୍ଦ୍ରବାବୁ ନାଇଡ଼ୁ।

୧୭୫ ଆସନ ବିଶିଷ୍ଟ ଆନ୍ଧ୍ରପ୍ରଦେଶ ବିଧାନସଭା ପାଇଁ ଏଥର ହୋଇଥିଲା ଜୋରଦାର ଫାଇଟ୍। YSR କଂଗ୍ରେସକୁ ସତ୍ତାରୁ ହଟାଇବା ପାଇଁ ବିଜେପି ନେତୃତ୍ୱାଧୀନ ଏନଡିଏ ସହ ମେଣ୍ଟ କରିଥିଲେ ଟିଡିପି ଓ ଜେଏସପି(ଜନ ସେନା ପାର୍ଟି)। ଟିଡିପିକୁ ୧୩୫ ଆସନ ମିଳିଥିବା ବେଳେ ଜନ ସେନାକୁ ୨୧ ଓ ବିଜେପିକୁ ମିଳିଥିଲା ୮ଟି ଆସନ। ସଂଖ୍ୟା ଗରିଷ୍ଠତା ସହ ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼