Masthead

BSKY ଚାଲୁ ରହିଛି: ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ସ୍ବାସ୍ଥ୍ୟ ବିଭାଗର ସ୍ପଷ୍ଟୀକରଣ  । BSKY ଚାଲୁ ରହିଛି କହିଲା ସ୍ବାସ୍ଥ୍ୟ ବିଭାଗ  । ଘରୋଇ ହସ୍ପିଟାଲ ସହ MOU ବଳବତ୍ତର ଥିବା ସ୍ପଷ୍ଟ କଲା । ବିଏସକେୱାଇ କାର୍ଡଧାରୀଙ୍କୁ ସ୍ୱାସ୍ଥ୍ୟସେବା ମିଳୁନଥିବା ଖବର ଗୁଜବ ବୋଲି କହିଛି ସ୍ୱାସ୍ଥ୍ୟ ବିଭାଗ । ବର୍ତ୍ତମାନ ସମୟରେ ଜନସାଧାରଣ ପୂର୍ବପରି ବିଏସକେୱାଇ ଜରିଆରେ ସ୍ୱାସ୍ଥ୍ୟସେବା ପାଇପାରିବେ। ଗତ ବୁଧବାର ଦିନ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇ ବିଏସକେୱାଇ ବନ୍ଦ ହେବ ବୋଲି କହିଥିଲେ । ଏହା ସହିତ ରାଜ୍ୟରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା କାର୍ୟ୍ୟକାରୀ ହେବ ବୋଲି କହିଥିଲେ ।

ବିଏସକେୱାଇରେ ଜନସାଧାରଣଙ୍କୁ ଅଳ୍ପ ସୁବିଧା ମିଳୁଛି । କିନ୍ତୁ ଆୟୁଷ୍ମାନ ଭାରତରେ ବ୍ୟାପକ ସୁବିଧା ପ୍ରଦାନ କରାଯିବ। ମାତ୍ର ବର୍ତ୍ତମାନ ସମୟରେ ବିଏସକେୱାଇ ବନ୍ଦ ହେବା ନେଇ କୌଣସି ସୂଚନା ଦେଇ ନ ଥିବାବେଳେ ଡାକ୍ତରଖାନାଗୁଡ଼ିକ ସରକାର ବଦଳିବା ଆଳରେ ରୋଗୀଙ୍କୁ ବିଏସକେୱାଇ କାର୍ଡରେ ଚିକିତ୍ସା ନ ଦେଇ ଫେରାଇ ଦେଉଥିବା ଅଭିଯୋଗ ହୋଇଥିଲା । ଏହାପରେ ତାଙ୍କ ବିବୃତ୍ତି ପରିବର୍ତ୍ତନ ହୋଇଥିଲା । ସେ କହିଥିଲେ ଯେ, ରୋଗୀର କୌଣସି ଜାତି ନାହିଁ କି ଦଳ ନାହିଁ ।

ତେବେ ସେମାନଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ସେବା ପ୍ରଦାନ କରାଯିବା ଉଚିତ । ତେବେ ନବୀନ ପଟ୍ଟନାୟକ ସରକାର ୨୦୧୮ ଅଗଷ୍ଟ ୧୫ ତାରିଖରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଥିଲେ । ଏହାଦ୍ୱାରା ଅନେକ ଲୋକେ ମଗଣାରେ ଚିକିତ୍ସା ପାଉଥିଲେ । ହେଲେ ୨୦୨୪ ସାଧାରଣ ନିର୍ବାଚନର ଫଳାଫଳ ଆସିବା ପରେ ଏହି କାର୍ଡକୁ କୌଣସି ହସ୍ପିଟାଲ ଗ୍ରହଣ କରୁନଥିଲା । ଏଥିପାଇଁ ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହାକୁ ଗ୍ରହଣ କରିବାକୁ ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି