Masthead

୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ଖୁବଶୀଘ୍ର ଆଶ୍ୱସ୍ତି ମିଳିବାକୁ ଯାଉଛି । ଆସନ୍ତା ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨-୩ ଦିନ ମଧ୍ୟରେ ମୌସୁମୀ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗ ମୁତାବକ, ସାଧାରଣ ଭାବେ ଜୁନ୍ ମାସର ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ । ଏବେ ରାଜ୍ୟକୁ ମୌସୁମୀ ଆସିବା ନେଇ ପାଗ ଅନୁକୂଳ ରହିଛି ।

ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳରେ ପହଞ୍ଚିଥିଲା । ସେହିପରି ରାଜ୍ୟରେ ଆଗାମୀ ୪ ଦିନ ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ବଢ଼ିବାର ସମ୍ଭାବନା ରହିଛି । ବଲାଙ୍ଗିର, ବରଗଡ଼, ନୂଆପଡ଼ା ଆଦି ଜିଲ୍ଲାମାନଙ୍କରେ ୫ ଦିନ ପର୍ଯ୍ୟନ୍ତ ଗୁଳୁଗୁଳି ହେବା ନେଇ ଆକଳନ କରାଯାଇଛି । ସେହିପରି ଆଜି ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି