Masthead

୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ଖୁବଶୀଘ୍ର ଆଶ୍ୱସ୍ତି ମିଳିବାକୁ ଯାଉଛି । ଆସନ୍ତା ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨-୩ ଦିନ ମଧ୍ୟରେ ମୌସୁମୀ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗ ମୁତାବକ, ସାଧାରଣ ଭାବେ ଜୁନ୍ ମାସର ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ । ଏବେ ରାଜ୍ୟକୁ ମୌସୁମୀ ଆସିବା ନେଇ ପାଗ ଅନୁକୂଳ ରହିଛି ।

ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳରେ ପହଞ୍ଚିଥିଲା । ସେହିପରି ରାଜ୍ୟରେ ଆଗାମୀ ୪ ଦିନ ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ବଢ଼ିବାର ସମ୍ଭାବନା ରହିଛି । ବଲାଙ୍ଗିର, ବରଗଡ଼, ନୂଆପଡ଼ା ଆଦି ଜିଲ୍ଲାମାନଙ୍କରେ ୫ ଦିନ ପର୍ଯ୍ୟନ୍ତ ଗୁଳୁଗୁଳି ହେବା ନେଇ ଆକଳନ କରାଯାଇଛି । ସେହିପରି ଆଜି ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ