Masthead

ରାହୁଲ ଗାନ୍ଧିଙ୍କୁ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକା ବିଜେପି ପକ୍ଷରୁ ରାହୁଲଙ୍କ ବିରୋଧରେ ରୁଜୁ ହୋଇଥିବା ମାନହାନୀ ମାମଲାରେ ରାହୁଲ ଗାନ୍ଧିଙ୍କୁ ଜାମିନ ମିଳିଛି । ବାଙ୍ଗାଲୁରୁ କୋର୍ଟ ରାହୁଲଙ୍କୁ ଜାମିନ ପ୍ରଦାନ କରିଛନ୍ତି । କର୍ଣ୍ଣାଟକା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପକ୍ଷରୁ ଗଣମାଧ୍ୟମରେ ପ୍ରଦର୍ଶୀତ ବିଜ୍ଞାପନରେ ବିଜେପି ଦୁର୍ନୀତିରେ ଲିପ୍ତ ଥିବା ଦର୍ଶାଯାଇଥିଲା । ଏଥିରେ ଦର୍ଶାଜାଇଥିଲା କି ୨୦୧୯ରୁ ୨୦୨୩ ମସିହା ପର୍ୟ୍ୟନ୍ତ ବିଜେପି କିଭଳି ରାଜ୍ୟରେ ବିଭିନ୍ନ ଦୁର୍ନୀତିରେ ଲିପ୍ତ ରହିଛି । ଏହି ପରିପ୍ରେକ୍ଷୀରେ କଂଗ୍ରେସ ଏକ ଦୁର୍ନୀତି ରେଟ୍‌ କାର୍ଡ ବି ସାର୍ବଜନୀନ କରିଥିଲା। ।

ବିଜେପି ବିଧାୟକ ତଥା ଜେନେରାଲ ସେକ୍ରେଟାରୀ କେଶବ ପ୍ରସାଦ ଏହୁକୁ ନେଇ ଅଭିଯୋଗ କରିଥିଲେ । ଏପରିକି ମିଥ୍ୟା ବିଜ୍ଞାପନ ଦେଇ ବିଜେପିର ଛବି ମଳିନ କରିବା ସହ ସାଧାରଣ ଜନତାଙ୍କୁ ଭ୍ରମିତ କରିବା ନେଇ ସେ ଡି.କେ ଶିବକୁମାର, ସିଦ୍ଧରମୈୟା ଓ ରାହୁଲ ଗାନ୍ଧିଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହାକୁ ନେଇ କୋର୍ଟରେ ତାଙ୍କୁ ଆଜି ହାଜର ହେବାକୁ କୁହାଯାଇଥିଲା। ଆଜି ରାହୁଲ କୋର୍ଟରେ ହାଜର ହୋଇଥିବା ବେଳେ ସେଠାରେ ମାମଲାର ଶୁଣାଣି ପରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ