Masthead

ଶ୍ରୀମନ୍ଦିର ଅନ୍ଧାର ତଦନ୍ତ ନିର୍ଦ୍ଦେଶ

ପୁରୀ (ବଡ଼ ଖବର ବ୍ୟୁରୋ): ଜଗନ୍ନାଥ ମନ୍ଦିର ନିକଟରେ ବ୍ୟବହୃତ ଫୋକସ୍ ଲାଇଟ୍ ବନ୍ଦ ହୋଇଯିବା ଘଟଣା । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ସରକାର ବଦଳିବା ପରେ ଏକପ୍ରକାର ଅନ୍ଧକାର ହୋଇଯାଇଛି ଶ୍ରୀକ୍ଷେତ୍ର । ତିନି ଦିନ ହେଲା ଶ୍ରୀମନ୍ଦିରର ଆଲୋକିକରଣ ପାଇଁ ଲଗାଯାଇଥିଲା ଲାଇଟ୍ ଖୋଲି ଦିଆଯାଇଛି ।

ଆଲୋକୀକରଣ ବ୍ୟବସ୍ଥାକୁ ହଠାତ ବନ୍ଦ କରିଦେବା ପରେ ଅସନ୍ତୋଷ ବଢି ଯାଇଛି । କାହା ନିର୍ଦ୍ଦେଶରେ ଲାଇଟ୍ ଖୋଲା ଯାଇଛି ତାହାକୁ ନେଇ ଉଠିଛି ପ୍ରଶ୍ନ । ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ତିନି ଦିନ ହେଲା ଶ୍ରୀମନ୍ଦିରର ଆଲୋକିକରଣ ପାଇଁ ଲଗାଯାଇଥିଲା ଲାଇଟ୍ ଖୋଲି ଦିଆଯାଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ମନ୍ଦିରକୁ ସଂପୂର୍ଣ୍ଣ ଆଲୋକିକରଣ କରାଯାଇଥିଲା । ମନ୍ଦିର ଚାରିପାର୍ଶ୍ୱରେ ଏକାଧିକ ଲେଜର ଲାଇଟ୍ ଲଗାଯାଇଥିଲା ।

ଉତ୍ତର ଦ୍ୱାର, ଦକ୍ଷିଣଦ୍ୱାର, ପଶ୍ଚିମଦ୍ୱାରରେ ବକ୍ସ ଭଳି ଏକାଧିକ ସ୍ଥାନରେ ବଡ଼ ବଡ଼ ଫୋକସିଂ ଲାଇଟ୍ ସବୁ ଲାଗିଥିଲା । ଏହି ଉଚ୍ଚକ୍ଷମତା ସଂପନ୍ନ ଲାଇଟ୍ ସିଧାସଳଖ ଶ୍ରୀମନ୍ଦିର ଓ ନୀଳଚକ୍ରରେ ପଡ଼ୁଥିଲା । ଫଳରେ ମେଘନାଦ ପାଚେରିଠାରୁ ଶ୍ରୀମନ୍ଦିର ନୀଳଚକ୍ର ପର୍ଯ୍ୟନ୍ତ ସ୍ପଷ୍ଟ ଦୃଶ୍ୟମାନ ହେଉଥିଲା । ତେବେ ଠିକାଦାରଙ୍କୁ ଲାଇଟ୍ କାଢିବାକୁ କିଏ ନିର୍ଦ୍ଦେଶ ଦେଇଛି ନା ସେ ନିଜ ଇଛାରେ କାଢିଛନ୍ତି ତାହା ଜଣାପଡିନାହିଁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ କୌଣସି ସ୍ପଷ୍ଟିକରଣ ଦିଆଯାଇନାହିଁ । ଯାହାକୁ ନେଇ ନେଇ ଭକ୍ତ ଓ ସେବାୟତଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି । ତୁରନ୍ତ ଏହି ଆଲୋକୀକରଣ ବ୍ୟବସ୍ଥା ଚାଲୁ କରିବାକୁ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ