Masthead

ଆଶିଷ ସିଂଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇପିଏସ ଆଶିଷ ସିଂ ଫିଟ୍‌ ବୋଲି ସ୍ପଷ୍ଟ କଲେ ଇସିଆଇ । ଏମ୍ସ ସ୍ପେଶାଲ ମେଡିକାଲ ବୋର୍ଡ ରିପୋର୍ଟ ଆଧାରରେ ଜଣାଇଲେ । ଶାରୀରିକ ଓ ମାନସିକ ଭାବେ ଫିଟ୍‌ ଅଛନ୍ତି ବୋଲି ସ୍ପଷ୍ଟ କଲେ । ସ୍ବାସ୍ଥ୍ୟଗତ ସମସ୍ୟା ନେଇ ଭୁଲ ତଥ୍ୟ ଦେଇଥିଲେ ଆଶିଷ । ମେଡିକାଲ ବୋର୍ଡ ରିପୋର୍ଟ ମୁଖ୍ୟ ସଚିବଙ୍କ ପାଖକୁ ଦେବାକୁ କହିଲେ । ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିସନ । ସ୍ୱାସ୍ଥ୍ୟକୁ ନେଇ ଆଶିଷ ସିଂହ ଭୁଲ ତଥ୍ୟ ଦେଇଥିବାରୁ ଇସିଆଇ କାର୍ୟ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ।

ଆଇପିଏସ ଆଶିଷ ସିଂଙ୍କ ମେଡିକାଲ ଯାଂଚ ପାଇଁ ଗଠିତ ଏମ୍ସ ମେଡିକାଲ ବୋର୍ଡର ରିପୋର୍ଟ ଆସିବା ପରେ ଏହି ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ନିର୍ବାଚନ ସମୟରେ ଅସୁସ୍ଥତା କାରଣ ଦର୍ଶାଇ ଛୁଟିରେ ଯାଇଥିଲେ ଆଶିଷ ସିଂ । ଛୁଟିରେ ଯାଇ ସେ ନିର୍ବାଚନରେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗ ହୋଇଥିଲା । ଏଭଳି ଅଭିଯୋଗ ପରେ ଭାରତୀୟ ନିର୍ବାଚନ କମିସନ ଏମସ ମେଡିକାଲ ବୋର୍ଡ ଗଠନ କରି ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଂଚ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଭୁବନେଶ୍ୱର ଏମସ ପକ୍ଷରୁ ଏକ ମେଡିକାଲ ବୋର୍ଡ ଗଠନ କରି ଆଶିଷ ସିଂ ସ୍ୱାସ୍ଥ୍ୟବସ୍ଥା ଯାଂଚ କରି ସୁସ୍ଥ ଥିବା ରିପୋର୍ଟ ଦିଆଯାଇଛି । ସେପଟେ ବରିଷ୍ଠ ଆଇପିଏସ ଡିଏସ କୁଟେଙ୍କ ନିଲମ୍ବନକୁ ହଟାଯାଇଛି । ନିଲମ୍ବନ ହଟିବା ପରେ ଆଗାମୀ ପୋଷ୍ଟିଂ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ତେବେ ତାଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା