Masthead

କଟକ ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପ୍ରଶାନ୍ତ ଜଗଦ୍ଦେବ

କଟକ(ବଡ଼ ଖବର ବ୍ୟୁରୋ): କଟକ ଏସସିବିରୁ ଡିସଚାର୍ଜ ହେଲେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ୧୧ ଦିନ ପରେ ଏସସିବିରୁ ଡିସଚାର୍ଜ ହେଲେ ପ୍ରଶାନ୍ତ ଜଗଦ୍ଦେବ । ମେ ୨୯ରେ ଅସୁସ୍ଥ ହୋଇ ମେଡିସିନ୍ ବିଭାଗରେ ଭର୍ତ୍ତି ହୋଇଥିଲେ ।ଇଭିଏମ୍ ଭଙ୍ଗାରୁଜା କରିଥିବା ଅଭିଯୋଗରେ ଗତ ମେ’ ୨୫ ତାରିଖ ବିଳମ୍ବିତ ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା। କୋର୍ଟରେ ହାଜର କରାଯିବା ପରେ ତାଙ୍କୁ ଖୋର୍ଦ୍ଧା ଜେଲ୍‌କୁ ପଠାଇ ଦିଆଯାଇଥିଲା।

ଜେଲ୍‌ରେ ଥିବା ବେଳେ ମେ’ ୨୮ ତାରିଖରେ ଅସୁସ୍ଥ ହୋଇପଡ଼ିଥିଲେ ପ୍ରଶାନ୍ତ ଜଗଦ୍ଦେବ। ତେଣୁ ମେ’ ୨୯ ତାରିଖ ଭୋରରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାର ମେଡିସିନ୍ ବିଭାଗର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କ ବ୍ଲଡ୍ ପ୍ରେସର ଓ ସୁଗାର ସ୍ତର ବଢ଼ି ଯାଇଥିଲା ଗତ ଶୁକ୍ରବାର କୋର୍ଟ ତାଙ୍କୁ ୩ ଦିନିଆ ଜାମିନ୍ ପ୍ରଦାନ କରିଥିଲେ । ଆଜିଠୁ ୩ ଦିନ ଜାମିନ୍‌ରେ ରହିବେ ପ୍ରଶାନ୍ତ ଜଗଦ୍ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼