ସୁପର ସଣ୍ଡେରେ ସୁପର ମ୍ଯାଚ୍, ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସପୁର ସଣ୍ଡେରେ ସୁପର ମୁକାବିଲା । ଆଜି ଟି-୨୦ ବିଶ୍ୱକପରେ ଆଜି ଖେଳାଯିବ ସବୁଠୁ ବଡ଼ ମ୍ୟାଚ୍‌। ନ୍ୟୁୟର୍କରେ ମୁହାଁମୁହିଁ ହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଭାରତ-ପାକିସ୍ତାନ। ଏଥିପାଇଁ କାଉଂଟଡାଉନ ଆରମ୍ଭ ହୋଇଯାଇଛି। ଦୁଇ ଦେଶର କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଇବାରେ ଲାଗିଛି। ଟୁର୍ଣ୍ଣାମେଣ୍ଟରେ ଉଭୟ ଟିମ୍‌ ଗୋଟିଏ ଲେଖାଏଁ ମ୍ୟାଚ ଖେଳି ସାରିଛନ୍ତି। ଚଳିତ ବିଶ୍ୱକପରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ଆୟର୍ଲାଣ୍ଡ ବିପକ୍ଷରେ ସହଜ ବିଜୟ ପରେ ଏବେ ନଜର ପାକିସ୍ତାନ ଉପରେ।

ସେପଟେ ନୂଆ ଦଳ ଆମେରିକାଠୁ ସୁପର୍‌ ଓଭରରେ ହାରି ବଡ଼ ବିପର୍ଯ୍ୟୟ ଭୋଗିଛି ପାକିସ୍ତାନ। ଶୁକ୍ରବାର ଖେଳାଯାଇଥିବା ମୁକାବିଲାରେ ସୁପର୍ ଓଭରରେ ପାକିସ୍ତାନକୁ ପରାସ୍ତ କରିଛି ଆମେରିକା। ଆଜି ଭାରତକୁ ସାମ୍ନା କରିବାକୁ ଯାଉଛି ପାକିସ୍ତାନ। ସେପଟେ ଗୋଟିଏ ମ୍ୟାଚ୍ ଜିତିଥିବାରୁ ଟିମ୍ ଇଣ୍ଡିଆ ଖେଳାଳିଙ୍କ ମନୋବଳ ଦୃଢ ରହିଛି। ଆୟର୍ଲାଣ୍ଡ ବିପକ୍ଷରେ ଓପନିଂ କରିଥିବା ରୋହିତ ଶର୍ମା ଓ ବିରାଟ କୋହଲି ପାକିସ୍ତାନ ବିପକ୍ଷରେ ଓପନିଂ କରିବେ ବୋଲି ସୂଚନା ମଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ