Masthead

ସୁପର ସଣ୍ଡେରେ ସୁପର ମ୍ଯାଚ୍, ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସପୁର ସଣ୍ଡେରେ ସୁପର ମୁକାବିଲା । ଆଜି ଟି-୨୦ ବିଶ୍ୱକପରେ ଆଜି ଖେଳାଯିବ ସବୁଠୁ ବଡ଼ ମ୍ୟାଚ୍‌। ନ୍ୟୁୟର୍କରେ ମୁହାଁମୁହିଁ ହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଭାରତ-ପାକିସ୍ତାନ। ଏଥିପାଇଁ କାଉଂଟଡାଉନ ଆରମ୍ଭ ହୋଇଯାଇଛି। ଦୁଇ ଦେଶର କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଇବାରେ ଲାଗିଛି। ଟୁର୍ଣ୍ଣାମେଣ୍ଟରେ ଉଭୟ ଟିମ୍‌ ଗୋଟିଏ ଲେଖାଏଁ ମ୍ୟାଚ ଖେଳି ସାରିଛନ୍ତି। ଚଳିତ ବିଶ୍ୱକପରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ଆୟର୍ଲାଣ୍ଡ ବିପକ୍ଷରେ ସହଜ ବିଜୟ ପରେ ଏବେ ନଜର ପାକିସ୍ତାନ ଉପରେ।

ସେପଟେ ନୂଆ ଦଳ ଆମେରିକାଠୁ ସୁପର୍‌ ଓଭରରେ ହାରି ବଡ଼ ବିପର୍ଯ୍ୟୟ ଭୋଗିଛି ପାକିସ୍ତାନ। ଶୁକ୍ରବାର ଖେଳାଯାଇଥିବା ମୁକାବିଲାରେ ସୁପର୍ ଓଭରରେ ପାକିସ୍ତାନକୁ ପରାସ୍ତ କରିଛି ଆମେରିକା। ଆଜି ଭାରତକୁ ସାମ୍ନା କରିବାକୁ ଯାଉଛି ପାକିସ୍ତାନ। ସେପଟେ ଗୋଟିଏ ମ୍ୟାଚ୍ ଜିତିଥିବାରୁ ଟିମ୍ ଇଣ୍ଡିଆ ଖେଳାଳିଙ୍କ ମନୋବଳ ଦୃଢ ରହିଛି। ଆୟର୍ଲାଣ୍ଡ ବିପକ୍ଷରେ ଓପନିଂ କରିଥିବା ରୋହିତ ଶର୍ମା ଓ ବିରାଟ କୋହଲି ପାକିସ୍ତାନ ବିପକ୍ଷରେ ଓପନିଂ କରିବେ ବୋଲି ସୂଚନା ମଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା