Masthead

ଆଜି ବସିବ ମୋଦିଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ୍ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ତୃତୀୟ ପାଳିର ଆଜି ହେଉଛି ପ୍ରଥମ କ୍ୟାବିନେଟ୍ ବୈଠକ । ଦିଲ୍ଲୀରେ ସନ୍ଧ୍ୟା ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଲୋକ କଲ୍ୟାଣ ମାର୍ଗ ବାସଭବନରେ ବସିପାରେ କ୍ୟାବିନେଟ୍ ବୈଠକ। । ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ । ମୋଦିଙ୍କ ୩.୦ ସରକାରରେ ଶପଥ ନେଇଛନ୍ତି ୭୨ ମନ୍ତ୍ରୀ । ସେଠାରେ ଶହେ ଦିନ କାର୍ୟ୍ୟଖସଡା ଉପରେ ଆଲୋଚନା ସମ୍ଭାବନା ରହିଛି। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ କ୍ୟାବିନେଟ୍ ଶପଥ ନେଇଥିଲା। ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ତାଙ୍କ ସହ ଶପଥ ନେଇଥିଲେ ଏନଏଡି ସରକାରରେ ୭୨ ଜଣ ମନ୍ତ୍ରୀ । ଏମାନଙ୍କ ଭିତରେ ୩୦ ଜଣ କ୍ୟାବିନେଟ୍, ୫ ଜଣ ସ୍ବାଧୀନ ରାଷ୍ଟ୍ରମନ୍ତ୍ରୀ ଓ ୩୬ ଜଣ ଅଛନ୍ତି ରାଷ୍ଟ୍ରମନ୍ତ୍ରୀ। ବିଜେପିର ୬୧ ଓ ସହଯୋଗୀ ଦଳର ୧୧ ଜଣଙ୍କୁ ମିଳିଛି ମନ୍ତ୍ରୀପଦ। ମନ୍ତ୍ରିମଣ୍ଡଳରେ ମୋଟ୍ ୨୪ ରାଜ୍ୟକୁ ପ୍ରତିନିଧିତ୍ବ ମିଳିଛି।

୩୦ କ୍ୟାବିନେଟ୍ ମନ୍ତ୍ରୀଙ୍କ ଭିତରେ ବିଜେପିର ୨୫ ଓ ସହଯୋଗୀ ଦଳର ୫ଜଣ ଅଛନ୍ତି । ୭୨ ଜଣିଆ ମନ୍ତ୍ରିମଣ୍ଡଳରେ ୩୯ ଜଣ ପୂର୍ବରୁ କେନ୍ଦ୍ରରେ ମନ୍ତ୍ରୀ ଥିଲେ। ତେବେ କାହାକୁ କେଉଁ ମନ୍ତ୍ରାଳୟ ମିଳିବ ଏବେ ତାଉପରେ ନଜର ରହିଛି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି ପୁରୁଣା ଓ ନୂଆ ଚେହେରା। ମୋଦି ୨.୦ ଥିବା ଏକାଧିକ ମନ୍ତ୍ରୀ ଏଥର ରିପିଟ୍ ହୋଇଛନ୍ତି। ଏମାନଙ୍କ ଭିତରେ ଅଛନ୍ତି ରାଜନାଥ ସିଂ, ଅମିତ ଶାହ, ନୀତିନ ଗଡକରୀ, ନିର୍ମଳା ସୀତାରମଣ, ଏସ୍. ଜୟଶଙ୍କର, ପୀୟଷ ଗୋଏଲ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଭୂପେନ୍ଦ୍ର ଯାଦବ, କିରଣ ରିଜିଜୁ, ଜିତେନ୍ଦ୍ର ସିଂ। ସେହିପରି ହରଦୀପ ସିଂ ପୁରୀ, ମନସୁଖ ମାଣ୍ଡଭିୟ, ସର୍ବାନନ୍ଦ ସୋନୋୱାଲ, ଗିରିରାଜ ସିଂ, ଗଜେନ୍ଦ୍ର ସିଂ ଶେଖାୱତ, ଅର୍ଜୁନ ରାମ ମେଘୱାଲ, ଅନୁପ୍ରିୟା ପଟେଲ, ପ୍ରହଲ୍ଲାଦ ଯୋଶୀ, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଭଳି ଏକାଧିକ ସାଂସଦଙ୍କୁ ପୁଣି ଥରେ ମୋଦି ୩.୦ରେ ସ୍ଥାନ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି