Masthead

ଟି ଟ୍ୱେଣ୍ଟି ବିଶ୍ୱକପ୍: ପାକିସ୍ତାନ ଠାରୁ ୬ ରନ୍‌ରେ ଜିତିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟି ଟ୍ୱେଣ୍ଟି ବିଶ୍ୱକପରେ ପାକିସ୍ତାନ ଠାରୁ ୬ ରନ୍‌ରେ ଜିତିଲା ଭାରତ । ପ୍ରଥମେ ବ୍ୟାଟିଂ କରିଥିଲା ଭାରତ, ସ୍କୋର- ୧୧୯/୧୦ । ୧୨୦ ରନ୍‌ର ପିଛା କରି ପାକିସ୍ତାନ ସ୍କୋର- ୧୧୩/୭ । ଟାର୍ଗେଟ ଥିଲା ମାତ୍ର ୧୨୦ ରନ। ସମ୍ମୁଖରେ ଥିଲା ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ। ଚାପ ସ୍ଥିତିରେ ଚମତ୍କାର ବୋଲିଂ କଲେ ଭାରତୀୟ ପେସ୍‌ ବାହିନୀ। ଏହାର ନେତୃତ୍ୱ ନେଲେ ଯଶପ୍ରୀତ୍‌ ବୁମ୍‌ରା। ଫଳରେ ଏକଦା ୨ ଉଇକେଟରେ ୭୩ ରନକରି ବିଜୟ ସ୍ଥିତିରେଥିବା ପାକିସ୍ତାନକୁ ୨୦ ଓଭରରେ ୧୧୩/୭ରେ ସୀମିତ ରଖି ଟି୨୦ ବିଶ୍ୱକପରେ ଅବିଶ୍ୱସନୀୟ ବିଜୟ ହାସଲ କଲା ଟିମ୍‌ ଇଣ୍ଡିଆ। ନ୍ୟୁୟର୍କର ନାସାଉ କାଉଣ୍ଟି ଗ୍ରାଉଣ୍ଡରେ ଉଡ଼ିଲା ଭାରତର ବିଜୟ ଧ୍ୱଜା। ରବିବାର ଅନୁଷ୍ଠିତ ଏହି ମ୍ୟାଚରେ ଭାରତ ୧୯ ଓଭରରେ ୧୧୯ ରନରେ ଅଲ୍‌ଆଉଟ ହେବାରୁ ଚିନ୍ତାରେ ରହିଥିଲେ ଦର୍ଶକ ଓ ଟିମ୍‌ ମ୍ୟାନେଜମେଣ୍ଟ। ମାତ୍ର ବୋଲରଙ୍କ ଚମତ୍କାରିତା ମ୍ୟାଚର ମୋଡ଼ ବଦଳାଇ ଦେଇଥିଲା। ପାକିସ୍ତାନ ପକ୍ଷରୁ ମହମ୍ମଦ ରିଜଓ୍ବାନ ସର୍ବାଧିକ ୩୧ ରନ କରିଥିଲେ। ଟପ୍‌ ଅର୍ଡରର ଆଉ ୪ ବ୍ୟାଟର ଭଲ ଆରମ୍ଭ କରି ଦୁଇଅଙ୍କ ସ୍ପର୍ଶ କରିଥିଲେ ହେଁ ତାହାକୁ ବଡ଼ ସ୍କୋରରେ ପରିଣତ କରିପାରି ନ ଥିଲେ। ଭାରତ ପକ୍ଷରୁ ମାତ୍ର ୧୪ ରନରେ ୩ ଉଇକେଟ ନେଇ ପାକିସ୍ତାନର ବଡ଼ ବିପର୍ୟ୍ୟୟ ଘଟାଇଥିଲେ ବୁମ୍‌ରା। ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଏବଂ ଅର୍ଶଦୀପ ସିଂ ଓ ଅକ୍ଷର ପଟେଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

ମ୍ୟାଚ ବିଜୟୀ ସ୍ପେଲ୍‌ ପାଇଁ ବୁମ୍‌ରା ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏହି ବିଜୟ ସହ ଭାରତ ଗ୍ରୁପ୍‌ ‘ଏ’ରେ ୨ ମ୍ୟାଚରୁ ୪ ପଏଣ୍ଟ ପାଇ ଟେବୁଲର ଶୀର୍ଷକୁ ଉନ୍ନୀତ ହୋଇଛି। ପ୍ରଥମ ମ୍ୟାଚରେ ଦଳ ଆୟର୍ଲାଣ୍ଡକୁ ପରାସ୍ତ କରିଥିଲା। ଅନ୍ୟପକ୍ଷରେ ନିଜର ପ୍ରଥମ ମ୍ୟାଚରେ ଆମେରିକାଠାରୁ ହାରିଥିବା ପାକିସ୍ତାନ ୨ ମ୍ୟାଚରୁ ୨ ପରାଜୟ ବରଣ କରିଛି । ଟସ୍‌ ଜିତି ପାକିସ୍ତାନ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ବର୍ଷା ଯୋଗୁ ମ୍ୟାଚ ପାଖାପାଖି ୧ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିଲା। ଗୋଟିଏ ଓଭର ବୋଲିଂ ପରେ ଭାରତ ସ୍କୋର ୮ ଥିବାବେଳେ ପୁଣି ବର୍ଷା ହେବାରୁ ମ୍ୟାଚ ବାଧାପ୍ରାପ୍ତ ହୋଇଥିଲା। ବର୍ଷା ଛାଡ଼ିବାପରେ ପିଚ୍‌ ପାକିସ୍ତାନ ବୋଲରଙ୍କୁ ସହାୟକ ହୋଇଥିଲା। ମାତ୍ର ୧୯ ରନରେ ୨ ଉଇକେଟ ହରାଇ ଭାରତ ପ୍ରାରମ୍ଭିକ ବ୍ୟାଟିଂ ବିପର୍ୟ୍ୟୟର ସମ୍ମୁଖୀନ ହୋଇଥିଲା। ପାକିସ୍ତାନ ବିପକ୍ଷରେ ଚମତ୍କାର ରେକର୍ଡ ବହନ କରୁଥିବା ବିରାଟ କୋହଲି କିନ୍ତୁ ଏଠାରେ ୪ ରନ କରିଥିବାବେଳେ ନସିମ ଶାହାଙ୍କ ବଲ୍‌କୁ ପଏଣ୍ଟ ଉପରେ ମାରିବାକୁ ଯାଇ ଉସମାନ ଖାଁଙ୍କୁ କ୍ୟାଚ ଦେଇଥିଲେ। ଏହାର ପରବର୍ତ୍ତୀ ଓଭରରେ ଅଧିନାୟକ ରୋହିତ ଶର୍ମା (୧୩ ରନ)ଙ୍କୁ ପ୍ୟାଭିଲିୟନ ପଠାଇ ଭାରତ ଉପରେ ଚାପ ପ୍ରୟୋଗ କରିଥିଲା ପାକିସ୍ତାନ। ପାଓ୍ବରପ୍ଲେ ୬ ଓଭରରେ ଭାରତ ୨ ଉଇକେଟ ହରାଇ ୫୦ ରନ କରିଥିଲା। ରିଷଭ ପନ୍ତ ଓ ଅକ୍ଷର ପଟେଲ ସତର୍କତାର ସହ ଖେଳି ଇନିଂସ ସମ୍ଭାଳିଥିଲେ। ମାତ୍ର ତୃତୀୟ ଉଇକେଟରେ ୩୯ ରନ ଯୋଗ ହେବାପରେ ଅକ୍ଷରଙ୍କୁ ଆଉଟ କରି ଯୋଡ଼ି ଭାଙ୍ଗିଥିଲେ ନସିମ ଶାହା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ