Masthead

ପିଏମ୍‌ଏଓ୍ବାଇରେ ୩ କୋଟି ଘରକୁ ମଞ୍ଜୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦି ୩.୦ର ପ୍ରଥମ କ୍ୟାବିନେଟରେ ମୋଦିଙ୍କ ବଡ଼ ଘୋଷଣା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦେଶରେ ଆଉ ୩ କୋଟି ଘର ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି।ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଗୃହହୀନଙ୍କ ପାଇଁ ଏହି ଘର ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗତକାଲି ବସିଥିବା କ୍ୟାବିନେଟ ବୈଠକ ବସିଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କୁ ଏହି ଘର ବଣ୍ଟନ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଆର୍ଥିକ ସହାୟତା କରିବେ। ସମସ୍ତଙ୍କ ମୁଣ୍ଡ ଉପରେ ଛାତ ରହିବ ବୋଲି ମୋଦି ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ପାଇଁ କ୍ୟାବିନେଟ ଏପରି ନିଷ୍ପତ୍ତି ନେଇଛି।

୨୦୧୫-୨୬ରୁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଗୃହ ନିର୍ମାଣ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ଯୋଜନା ଅଧୀନରେ ୪.୨୧ କୋଟି ଘର ନିର୍ମାଣ କରାଯାଇ ହିତାଧିକାରୀଙ୍କୁ ଦିଆଯାଇଛି। ତଥାପି ଅନେକ ହିତାଧିକାରୀ ବାଦ ପଡ଼ିଥିବାରୁ ସେମାନଙ୍କୁ ସହଯୋଗ କରିବା ପାଇଁ ଆଉ ୩ କୋଟି ଗୃହ ନିର୍ମାଣ ହେବ।ଏହି ଯୋଜନାରେ ନିର୍ମାଣ ହେଉଥିବା ପ୍ରତଟି ଘରେ ଟଏଲେଟ, ଏଲପିଜି ସଂଯୋଗ, ବିଜୁଳି ସଂଯୋଗ ଓ ପାଣି ବାହାରୁଥିବା ଟ୍ୟାପ୍‌ ଲଗାଯାଥାଏ। ବିଭିନ୍ନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା ସହ ମିଳିତ ଭାବେ ଏପରି ଘର ନିର୍ମାଣ କରାଯାଇ ହିତାଧିକାରୀଙ୍କୁ ହସ୍ତାନ୍ତର କରାଯାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ