Masthead

ଶପଥ ସମାରୋହ ପାଇଁ ଟ୍ରାଫିକ କଟକଣା: ଜୟଦେବ ବିହାରରୁ ନାଲକୋ ଛକ ପର୍ଯ୍ୟନ୍ତ ଗାଡ଼ି ଚଳାଚଳ ମନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯକ୍ରମ ରହିଛି। ଭୁବନେଶ୍ୱରର ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଓ ନବନିର୍ବାଚିତ ମନ୍ତ୍ରୀମଣ୍ଡଳଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ଶପଥ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପୂର୍ବରୁ ଶପଥଗ୍ରହଣ ପାଇଁ ଗମାଗମନ ସୁବିଧା ପାଇଁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ୧୨ ତାରିଖ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଦିନ ଟ୍ରାଫିକ କଟକଣା କରାଯାଇଛି । ଦିନ ୨ରୁ ସଂଧ୍ୟା ୭ କିମ୍ବା ଶପଥ ସମାରୋହ ସରିବା ଯାଏଁ ଏହି କଟକଣା ରହିବ ।

ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ । ଏଥିପାଇଁ ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ବ ଦିଆଯାଇଛି । ଜନତା ମଇଦାନ ସୁରକ୍ଷା ଦାୟିତ୍ବ ତଦାରଖ କରିବେ ଆଇଜି ପ୍ରବୀଣ କୁମାର । ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ, ଉମାଶଙ୍କର ଦାସ ଟ୍ରାଫିକ ବ୍ୟବସ୍ଥା ବୁଝିବେ । ସେହିପରି ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ମଧ୍ୟ ଦାୟିତ୍ବରେ ରହିବେ । ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ ଏସ୍‌ଆଇ/ଏଏସ୍‌ଆଇ ଦାୟିତ୍ୱରେ ରହିବେ । ଆସନ୍ତାକାଲି ଦିନ ୨ଟାରୁ ୭ଟା ପର୍ୟ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’