Masthead

ଆନ୍ଧ୍ରରେ ନାଇଡୁ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ । ଚନ୍ଦ୍ରବାବୁ ନାଇଡୁଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି ଉପସ୍ଥିତ । ତାଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୱନ କଲ୍ୟାଣ । ଜନସେନା ପାର୍ଟି ମୁଖ୍ୟ ପୱନ କଲ୍ୟାଣ ହେଲେ ଉପମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଚନ୍ଦ୍ରବାବୁ ନାଇଡୁଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଭଳି ଟିଡିପିର ନାରା ଲୋକେଶ ମଧ୍ୟ ଶପଥଗ୍ରହଣ କରିଛନ୍ତି ।

ଚଳିତ ନିର୍ବାଚନରେ ଆନ୍ଧ୍ରପ୍ରଦେଶରେ ଦମଦାର ପ୍ରଦର୍ଶନ କରିଥିଲା ଟିଡିପି । ବିଧାନସଭାରେ ୧୭୫ ଆସନରୁ ୧୩୫ ଆସନରେ ବିଜୟ ହାସଲ କରିଛି ଚନ୍ଦ୍ରବାବୁ ନାଇଡୁଙ୍କ ଦଳ । ସେହିଭଳି ଲୋକସଭାରେ ୧୬ଟି ଆସନ ହାତେଇଛି ଦଳ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଚନ୍ଦ୍ରବାବୁ ନାଇଡୁ ବଡ ଘୋଷଣା କରିଥିଲେ । ଅମରାବତୀ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ ହେବ ବୋଲି ସ୍ପଷ୍ଟ କରିଥିଲେ ଚନ୍ଦ୍ରବାବୁ ନାଇଡୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି