Masthead

ଆନ୍ଧ୍ରରେ ନାଇଡୁ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ । ଚନ୍ଦ୍ରବାବୁ ନାଇଡୁଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି ଉପସ୍ଥିତ । ତାଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୱନ କଲ୍ୟାଣ । ଜନସେନା ପାର୍ଟି ମୁଖ୍ୟ ପୱନ କଲ୍ୟାଣ ହେଲେ ଉପମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଚନ୍ଦ୍ରବାବୁ ନାଇଡୁଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଭଳି ଟିଡିପିର ନାରା ଲୋକେଶ ମଧ୍ୟ ଶପଥଗ୍ରହଣ କରିଛନ୍ତି ।

ଚଳିତ ନିର୍ବାଚନରେ ଆନ୍ଧ୍ରପ୍ରଦେଶରେ ଦମଦାର ପ୍ରଦର୍ଶନ କରିଥିଲା ଟିଡିପି । ବିଧାନସଭାରେ ୧୭୫ ଆସନରୁ ୧୩୫ ଆସନରେ ବିଜୟ ହାସଲ କରିଛି ଚନ୍ଦ୍ରବାବୁ ନାଇଡୁଙ୍କ ଦଳ । ସେହିଭଳି ଲୋକସଭାରେ ୧୬ଟି ଆସନ ହାତେଇଛି ଦଳ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଚନ୍ଦ୍ରବାବୁ ନାଇଡୁ ବଡ ଘୋଷଣା କରିଥିଲେ । ଅମରାବତୀ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ ହେବ ବୋଲି ସ୍ପଷ୍ଟ କରିଥିଲେ ଚନ୍ଦ୍ରବାବୁ ନାଇଡୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ