Masthead

ଇଟାଲୀ ଗସ୍ତରେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ ୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ତାଙ୍କର ଇଟାଲୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି। ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ। ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବେ । ଏହି ବୈଠକରେ ଆମେରିକା, ଫ୍ରାନ୍ସ, ଜାପାନ, କାନାଡା ଓ ୟୁକ୍ରେନ ଦେଶର ରାଷ୍ଟ୍ରମୁଖ୍ୟ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ବୈଦେଶିକ ସଚିବ ବିନୟ କ୍ୱାଟ୍ରା ନୂଆଦିଲ୍ଲୀରେ କହିଛନ୍ତି ଯେ ଶୁକ୍ରବାର ଦିନ ହେବାକୁ ଥିବା ସମ୍ମିଳନୀରେ ଭାରତକୁ ଆମନ୍ତ୍ରଣ କରାଯାଇଛି। ଏହି ଗସ୍ତ ଭାରତ ଏବଂ ଗ୍ଲୋବାଲ ସାଉଥ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ହେବାକୁ ଥିବା ଆଲୋଚନାଚକ୍ରରେ ବିଶ୍ୱ ନେତାଙ୍କ ସହ ସାମଲ୍‌ ହେବାର ଏକ ସୁଯୋଗ ହେବ ବୋଲି ସେ କହିଛନ୍ତି। ଏହି ସମ୍ମିଳନୀରେ ୧୧ତମ ଥର ଅଂଶଗ୍ରହଣ କରିବା ଭାରତ । ପ୍ରଧାନମନ୍ତ୍ରୀ ମୋଦି କ୍ରମାଗତ ପଞ୍ଚମ ଥର ପାଇଁ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଜି ୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନ୍ୟ ଦେଶର ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବାର ସମ୍ଭାବନା ରହିଛି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ଏକ ବୈଠକ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା