Masthead

ରାଜ୍ୟରେ ପ୍ରଶାସନିକ ସ୍ଥିତି ହୁଗୁଳା, ଜବାବ ମାଗିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶପଥ ନେବା ପରେ ଆକ୍ସନ ମୋଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ପ୍ରଶାସନିକ ଅବ୍ୟବସ୍ଥା ଦେଖି ତାଜୁବ ନୂଆ ସରକାର । ସରକାରୀ ବ୍ୟବସ୍ଥା ରାଜ୍ୟରେ ସଂପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ସମୀକ୍ଷା ବେଳେ ଜାଣିବା ପରେ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାହିଁକି ରାଜ୍ୟରେ ପ୍ରଶାସନିକ ସ୍ଥିତି ଭୁଶୁଡିଲା ଏହାର ଜବାବ ମାଗିବାରୁ କାହା ପାଖରେ ମୁଖ୍ୟମନ୍ତ୍ରୀଙ୍କୁ ଦେବା ପାଇଁ ଯୁକ୍ତିଯୁକ୍ତ ଉତ୍ତର ନ ଥିଲା।

ପ୍ରଶାସନିକ ଅବ୍ୟବସ୍ଥା ଦେଖିବା ପରେ ରାଜ୍ୟରେ ଅଫିସର ସ୍ତରରେ ବ ଧରଣର ପରିବର୍ତ୍ତନ ହୋଇପାରେ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଡାକି ସମୀକ୍ଷା କରିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ କେହି ସଠିକ ଢଙ୍ଗରେ କୌଣସି ସୂଚନା ଦେଇପାରି ନ ଥିଲେ । ଫଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଗଭୀର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଢିଲା ଓ ଅପାରଗ ପ୍ରଶାସନିକ ବ୍ୟବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ କ୍ଷୋଭ ପ୍ରକାଶ କରିବା ସହ ଅଫିସର ମାନଙ୍କୁ ତାଗିଦ କରିଥିବା ସୂଚନା ମିଳିଛି ।

କାହିଁକି ରାଜ୍ୟରେ ପ୍ରଶାସନିକ ସ୍ଥିତି ହୁଗୁଳା ହେଲା ଏହାର କୈଫତ ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ କାହା ପାଖରେ ମୁଖ୍ୟମନ୍ତ୍ରୀଙ୍କୁ ଦେବା ପାଇଁ ଯୁକ୍ତିଯୁକ୍ତ ଉତ୍ତର ନଥିଲା । ପ୍ରଶାସନିକ ଅବ୍ୟବସ୍ଥା ଦେଖିବା ପରେ ରାଜ୍ୟରେ ଅଫିସର ସ୍ତରରେ ବଡ଼ ଧରଣର ପରିବର୍ତ୍ତନ ହୋଇପାରେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ୟ୍ୟାଳୟରେ ଅଫିସର ମାନଙ୍କୁ ଡାକି ବିଭିନ୍ନ ବିଭାଗର ସମୀକ୍ଷା ବେଳେ ଏଭଳି ସ୍ଥିତି ଦେଖି ତାଜୁବ ହୋଇଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ