ଛତିଶା ନିଯୋଗ ବୈଠକ: ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୀ(ବଡ଼ ଖବର ବ୍ୟୁରୋ): ଛତିଶା ନିଯୋଗ ବୈଠକରେ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ । ବୈଠକରେ ନୀତି ନିର୍ଘଣ୍ଟ ସହ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବାରୋପ । ମହାପ୍ରଭୁଙ୍କ ସବୁ ବେଶକୁ ଶ୍ରଦ୍ଧାଳୁ ଭଲ ଭାବେ ଦେଖିବା ଉପରେ ଗୁରୁତ୍ୱ । ଶୃଙ୍ଖଳିତ ନୀତିକାନ୍ତି ସହ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଘୋଷଣା ହୋଇଥିବା ୫ ଶହ କୋଟିର କର୍ପସ ଫଣ୍ଡ ପାଇଁ କୃତଜ୍ଞତା ।

ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବିଶେଷ ନୀତିକାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳିତ କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି। ସ୍ନାନ ପୂର୍ଣ୍ଣିମା ଦିନ ପହଣ୍ଡି ସମୟ ଭୋର ୪ଟା ରୁ ୬ଟା ରହିଛି । ଏହାପରେ ଅନ୍ୟାନ୍ୟ ନୀତିକାନ୍ତି ବଢ଼ିବା ପରେ ଦିନ ୨ଟା ରେ ଛେରା ପହଁରା, ୨ଟା ୪୦ ରେ ହାତୀବେଶ, ୬ଟା ୩୦ ରୁ ୯ଟା ୩୦ ମଧ୍ୟରେ ସାହାଣମେଲା ଦର୍ଶନ ରହିଛି । ପରେ ୧୦ଟା ୩୦ ରୁ ରାତ୍ର ୧ ଟା ମଧ୍ୟରେ ବାହୁଡ଼ା ପହଣ୍ଡି, ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି କରାଯିବା ନେଇ ନୀତି ନିର୍ଘଣ୍ଟରେ ସୂଚନା ଦିଆଯାଇଛି । ତେବେ ଉକ୍ତ ଦିନର ନୀତି ଅନୁଯାୟୀ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ ହୋଇପାରେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’