Masthead

ଏଥର ୨ ଦିନ ହେବ ଗୁଣ୍ଡିଚା, ୧୩ ଦିନ ହେବ ଅଣସର

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଶ୍ରୀଜିଉଙ୍କ ରାଜେନ୍ଦ୍ରାଭିଷେକ ନୀତି ଠାରୁ ଦେବସାନ୍ନ ପୂର୍ଣ୍ଣିମା ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି ଓ ନୀତି ନିର୍ଘଣ୍ଟ ସମ୍ପର୍କରେ ଆଲୋଚନା ହୋଇଛି। ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ ପଡୁଛି ଅଣସର ନୀତି । ୧୫ ଦିନ ବଦଳରେ ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଠାକୁର ନବଯୌବନ ହେବେ ସତ କିନ୍ତୁ ଦର୍ଶନ ମିଳିବନି । ସମୟ ଅଭାବ ଓ ନୀତି ଶୃଙ୍ଖଳା ପାଇଁ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି । ଯାହାକୁ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି । ଗୋଟିଏ ଦିନରେ ନେତ୍ରୋତ୍ସବ, ପହଣ୍ଡି ଲାଗି ସେନାପଟା ଓ କୁସୁମି ଲାଗି ଥିବାରୁ ଚିନ୍ତାରେ ପଡ଼ିଛନ୍ତି ସେବାୟତ । ଏଭଳି ସ୍ଥିତିରେ ଗୋଟିଏ ଦିନରେ ରଥଯାତ୍ରା କରିବା ସମ୍ଭବ ନୁହେଁ ବୋଲି ମତ ଦେଇଛନ୍ତି ସେବାୟତ । ତେଣୁ ୧୯୭୧ ମସିହା ଆଧାରରେ ନୀତିକାନ୍ତି କରିବାକୁ ଯୋଜନା କରାଯାଉଛି ।

ଚଳିତ ବର୍ଷ ୧୩ ଦିନ ଅଣସର ପଡ଼ୁଥିବାରୁ ସେବାୟତ ଓ ପ୍ରଶାସନ ପାଇଁ ଏହା ଏକ ବଡ଼ ଚାଲେଞ୍ଜ ହେବ । ସ୍ନାନ ଯାତ୍ରାରେ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସେନେଇ ସମସ୍ତ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ । ଆସନ୍ତା ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ସେବାୟତ ପ୍ରତିଶ୍ରୁତି ଦେଇଛନ୍ତି । ଶୁକ୍ରବାର ନିଳାଦ୍ରୀ ଭକ୍ତ ନିବାସ ଠାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିଥିବା ବେଳେ ଏଥିରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ, ପରିଚାଳନା କମିଟି ସେବାୟତ ସଦସ୍ୟ ଓ ଛତିଶା ନିଯୋଗର ସେବାୟତ ସଦସ୍ୟ ମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼